26.1 C
Bhubaneswar
Wednesday, February 11, 2026
Homeଓଡିଶାବିକଶିତ ଗାଁ ବିକଶିତ ଓଡିଶାର ଶୁଭାରମ୍ଭ

ବିକଶିତ ଗାଁ ବିକଶିତ ଓଡିଶାର ଶୁଭାରମ୍ଭ

ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦେବ, ଏକାମ୍ର ବିଧାୟକ ବାବୁ ସିଂହ ଓ ଜିଲ୍ଲାପାଳ ଚଞ୍ଚଲ ରାଣା ପ୍ରମୁଖ ଉପସ୍ଥିତ ଅଛନ୍ତି। ପୂର୍ବରୁ ଓଡ଼ିଶା ସରକାରଙ୍କ ପକ୍ଷରୁ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି । ୨୦୨୪-୨୫ରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ସରକାର ବଜେଟ୍ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି । ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ। ଏଠାରେ ପଢ଼ା ବହି ସାଙ୍ଗକୁ ଇଣ୍ଟରନେଟ୍ ସୁବଧା ମିଳିବ। ପୂର୍ବାହ୍ନ ୯ଟାରୁ ରାତି ୯ଟା ଯିଏ ଏହା ଖୋଲା ରହିବ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ପିଲାମାନେ ଏଠାରେ ସ୍ୱଳ୍ପ ଦେୟ ଦେଇ ଆରାମରେ ବସି ପଢ଼ିପାରିବେ। ସେହିଭଳି ପଞ୍ଚାୟତରେ କଲ୍ୟାଣ ମଣ୍ଡପ, କମ୍ୟୁନିଟି ସେଣ୍ଟର, ଗାଧୁଆ ତୁଠ, ପୋଖରୀ ଓ ନଦୀ କୂଳରେ ଚେଞ୍ଜିଙ୍ଗି ରୁମ୍, ମାର୍କେଟ୍ ସେଡ୍ ତିଆରି ପାଇଁ ଟଙ୍କା ମିଳିବ। ଭୋଗ ମଣ୍ଡପ, ଭାଗବତ ଟୁଙ୍ଗୀ ତିଆରି ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking