17.1 C
Bhubaneswar
Tuesday, February 3, 2026
Homeଓଡିଶାଜିଲ୍ଲାପାଳଙ୍କ ହାତରେ ଓଡ଼ିଶାର ବିକାଶ

ଜିଲ୍ଲାପାଳଙ୍କ ହାତରେ ଓଡ଼ିଶାର ବିକାଶ

ଭୁବନେଶ୍ୱର : ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ଆଜି ମୋହନ ସରକାରଙ୍କ ପ୍ରଥମ ଜିଲ୍ଲାପାଳ ସମ୍ମିଳନୀ। ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାପାଳଙ୍କୁ ନେଇ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ ରହିଛି। ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲ୍ଲାପାଳ। ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳଙ୍କୁ ବୁଝାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଜିଲ୍ଲାପାଳଙ୍କ ନିକଟରେ ଲୋକଙ୍କ ସମସ୍ୟା ସମାଧାନ ହୁଏ। ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ୟ୍ୟକାରୀ ଜିଲାପାଳଙ୍କ ହାତରେ ନ୍ୟସ୍ତ। ସେମାନେ ଲୋକଙ୍କ ସମସ୍ୟା ସରକାରଙ୍କ ନିକଟରେ ପହଞ୍ଚାଇବେ। ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ରହିଛନ୍ତି। ଏହାଛଡ଼ା ସେ କହିଛନ୍ତି ଯେ ପୂର୍ବ ସରକାରରେ ହୋଇଥିବା ଦୁର୍ନୀତିର ଯାଞ୍ଚ କରି କାର୍ଯ୍ୟାନୁଷ୍ଠାନ ନିଅ । ଏଥିସହ ଫିଲ୍ଡ ଭିଜିଟ କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି । ଥାନା ଓ ଶିକ୍ଷାନୁଷ୍ଠାନକୁ ଯାଆନ୍ତୁ, ବିଚୁ୍ୟତି ଦେଖିଲେ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି । ନୂଆ ସରକାରର ନୂଆ ଅଭିମୁଖ୍ୟକୁ ନେଇ ଆମକୁ କାମ କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking