22.1 C
Bhubaneswar
Wednesday, January 29, 2025
Homeମକରସଂକ୍ରାନ୍ତିପୁଣ୍ୟଲାଭ ପାଇଁ ମକର ଦିନ ଗଙ୍ଗାସାଗରରେ ବୁଡ଼ ପକାନ୍ତି ଶ୍ରଦ୍ଧାଳୁ

ପୁଣ୍ୟଲାଭ ପାଇଁ ମକର ଦିନ ଗଙ୍ଗାସାଗରରେ ବୁଡ଼ ପକାନ୍ତି ଶ୍ରଦ୍ଧାଳୁ

ଭୁବନେଶ୍ୱର: ମକର ସଂକ୍ରାନ୍ତିର ପୂଣ୍ୟକାଳରେ ପ୍ରତ୍ୟୁଷରୁ ନଦୀ, ପୋଖରୀରେ ସ୍ନାନାଦି କାର୍ଯ୍ୟ ସମାପନ କରି ସୂର୍ଯ୍ୟଙ୍କୁ ଦର୍ଶନ କଲେ, ସକଳ ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ । ତେଣୁ କେଉଁ ଆବାହମାନ କାଳରୁ ସରୋବର, ନଦୀ ତଟ, ମହୋଦଧି ତୀର ପ୍ରଭୃତି ପବିତ୍ର ସ୍ଥାନମାନଙ୍କରେ ମକର ମେଳା, ସାଧୁସଙ୍ଗ ଓ ମହୋତ୍ସବର ପରମ୍ପରା ଚାଲିଆସିଛି । ଏହି ଦିନ ପ୍ରସିଦ୍ଧ ଗଙ୍ଗାସାଗରଠାରେ ଏକ ବିରାଟ ମେଳା ହୁଏ । ପୁଣ୍ୟଲାଭ ଆଶାରେ ଏହି ଦିନ ଅନେକ ଧାର୍ମିକ ଲୋକ ଗଙ୍ଗାସାଗରରେ ବୁଡ଼ ପକାଇଥାନ୍ତି । ମକର ସଂକ୍ରାନ୍ତି ଦିନ ଅନେକ ସ୍ଥାନରେ ଗୁଡ଼ି ଉଡ଼ା ପ୍ରତିଯୋଗିତା ଆୟୋଜନ କରାଯାଇଥାଏ । ବିଶ୍ୱାସ କରାଯାଏ, ଏହି କାଳ ମଧ୍ୟରେ ମୃତୁ୍ୟବରଣ କରୁଥିବା ମନୁଷ୍ୟ ବିଷ୍ଣୁଲୋକରେ ସ୍ଥାନ ପାଇଥାଏ । ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରେ ଅନ୍ୟତମ ‘ଉତ୍ତରାୟଣ ଯାତ୍ରା’ ବା ମକର ସଂକ୍ରାନ୍ତି ଉସôବ ମହାସମାରୋହରେ ପାଳିତ ହୋଇଥାଏ । ଏହି ଯାତ୍ରା ସମ୍ବନ୍ଧରେ ସ୍କନ୍ଦପୁରାଣରେ ଉଲ୍ଲେଖ ରହିଛି ଯେ, ମହା ପୁଣ୍ୟମୟ ମକର ସଂକ୍ରାନ୍ତି ଦିନ ଶ୍ରୀକ୍ଷେତ୍ରରେ ତୀର୍ଥରାଜ ମହୋଦଧିରେ ସ୍ନାନ କରି ଶ୍ରୀମନ୍ଦିରରେ କଳ୍ପବଟ ପ୍ରଦକ୍ଷିଣପୂର୍ବକ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କଲେ ଅଶେଷ ଫଳପ୍ରାପ୍ତି ହୋଇଥାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking