23.1 C
Bhubaneswar
Saturday, October 19, 2024
Homeଓଡିଶାଆଜି ୪ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ

ଆଜି ୪ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ

ପୁରୀ : ଆଜି ସନ୍ଧ୍ୟାରେ ୪ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ । ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ବନକଲାଗି ନୀତି। ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅନୁଷ୍ଠିତ ହେବ ଏହି ଗୁପ୍ତ ସେବା । ତେଣୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତି ପରେ ମହାପ୍ରଭୁଙ୍କ ସ୍ନାନ କରାଯାଇ ପୁନର୍ବାର ଦର୍ଶନ ଆରମ୍ଭ ହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking