26.1 C
Bhubaneswar
Thursday, March 26, 2026
Homeଓଡିଶାଚୋରା ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କ ନିର୍ଦ୍ଦେଶ

ଚୋରା ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ଚୋରା ବାଲି ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଆଜି ମଧ୍ୟ ରାଜ୍ୟ ତମାମ ପୋଲିସ ପକ୍ଷରୁ ଚଢ଼ାଉ ଜାରି ରହିଛି। ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ବାଲି ମାଫିଆଙ୍କ ବିରୋଧରେ ଚଢ଼ାଉ ଅଭିଯାନ ଜାରି ରଖିଛନ୍ତି। ଏହି କ୍ରମରେ ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ, ଟିପର ଓ ହାଇୱା ଜବତ କରାଯାଇଛି। ରବିବାର ସକାଳୁ ରାତି ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାର ପୋଲିସର ସ୍ୱତନ୍ତ୍ର ଟିମ ବିଭିନ୍ନ ଚୋରା ବାଲିଘାଟ ଉପରେ ଚଢାଉ କରି ୧୩୬ ଟି ବାଲି ବୋଝେଇ ଟ୍ରାକ୍ଟର, ଟ୍ରକ, ଟିପର ଓ ହାଇୱା ଜବତ କରାଯାଇଛି। ଏହା ସହ ୧୧୯ ଟି ମାମଲା ରୁଜୁ କରାଯାଇଥିବା ବେଳେ ୧୨୩ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଏହି ଧରପଗଡ଼ ଲଗାତାର ଭାବେ ଚାଲିବ। ବାଲି, ମୋରମ ଚୋରା କାରବାର ସମ୍ପର୍କରେ ସ୍ଥାନୀୟ ବ୍ୟକ୍ତି ବିଶେଷ ପୋଲିସକୁ ସୂଚନା ମଧ୍ୟ ଦେଇପାରିବେ। ରାଜ୍ୟରେ ଚୋରା ବାଲି ଚାଲାଣ ରୋକିବାକୁ ଆଗାମୀ ଦିନରେ ମଧ୍ୟ ପୋଲିସ ପକ୍ଷରୁ ଉଦ୍ୟମ ଜାରି ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking