16.1 C
Bhubaneswar
Thursday, February 5, 2026
Homeଓଡିଶାଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ

ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ

ଯାଜପୁର: ଗତକାଲି ଅପରାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅଧ୍ୟକ୍ଷତା କରି ଧର୍ମଶାଳା ବିଧାୟକ ଶ୍ରୀ ହିମାଂଶୁ ଶେଖର ସାହୁ ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ବିଭିନ୍ନ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶପ୍ରତାପ ଶ୍ରୀମାଲ ଯୋଗ ଦେଇଥିଲେ। ଯେଉଁ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ କରିବାରେ ସମସ୍ୟା ରହୁଛି, ସେ ସମ୍ପର୍କରେ ବିଧାୟକ ଏବଂ ଜିଲ୍ଲାପାଳଙ୍କୁ ଅବଗତ କରି ବରିଷ୍ଠ ଅଧିକାରୀମାନେ ମିଳିତ ପ୍ରୟାସ କଲେ ଯଥାଶୀଘ୍ର ଏହାର ସମାଧାନ ହୋଇପାରିବ ବୋଲି ବିଧାୟକ ଶ୍ରୀ ସାହୁ କହିଥିଲେ।

ବିଶେଷ କରି ରାସ୍ତା ଆଲୋକୀକରଣ, ଗ୍ରାମାଞ୍ଚଳରେ ଉନ୍ନତ ବିଦ୍ୟୁତ ସେବା, ଯୋଗାଯୋଗ ସୁବିଧା, ସେତୁ ପ୍ରକଳ୍ପ ଉପରେ ବିଧାୟକ ଗୁରୁତ୍ବ ଦେଇ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ। ଯାଜପୁର ଜିଲ୍ଲାରେ ଯେପରି ଅଧିକ ସଂଖ୍ୟକ ପୋଲିସ କର୍ମଚାରୀ ନିୟୋଜିତ ହେବା ସହ ଆଇନ ଶୃଙ୍ଖଳା ପରିସ୍ଥିତି ସୁଦୃଢ଼ ରହିବ, ସେ ଦିଗରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ୟଶପ୍ରତାପ ଶ୍ରୀମାଲଙ୍କ ସହ ଆଲୋଚନା କରିଥିଲେ। ଜାରକାରେ ନୂତନ ପୋଲିସ ବିଟହାଉସ ନିର୍ମାଣ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା। ସେହିଭଳି ରାସ୍ତାଘାଟ ଏବଂ ସେତୁଗୁଡ଼ିକର ରକ୍ଷଣାବେକ୍ଷଣ ସହ ବିଦ୍ୟୁତିକରଣ ଏବଂ ଡ୍ରେନେଜ ଉପରେ ଗୁରୁତ୍ବ ଦିଆଯାଇଛି। ଶିକ୍ଷା, ସ୍ଵାସ୍ଥ୍ୟ, ଗମନାଗମନ, ପାନୀୟଜଳ ଏବଂ ଆଇନ ଶୃଙ୍ଖଳା ଉପରେ ବିଶେଷ ଗୁରୁତ୍ବ ଦେବାକୁ ବିଧାୟକ କହିଥିଲେ।ଧର୍ମଶାଳା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସ୍ଵାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ଉପରେ ସମୀକ୍ଷା କରିଥିଲେ। ଜଳ ଅଭାବ ଥିବା ଅଞ୍ଚଳରେ ତୁରନ୍ତ ପାନୀୟଜଳ ଯୋଗାଇ ଦେବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ କୃଷି, ସ୍ବାସ୍ଥ୍ୟ, ଜଳସେଚନ, ଲଘୁ ଜଳସେଚନ, ଉଠା ଜଳସେଚନ, ପ୍ରାଣୀ ଚିକିତ୍ସା, ଦକ୍ଷତା ବିକାଶ, ବିଦ୍ୟୁତ, କ୍ରୀଡା, ଜଙ୍ଗଲ, ଖଣି, ମାଇନର ମିନେରାଲ, ପରିବହନ, ରାସ୍ତା ଓ କୋଠାବାଡ଼ି, ଗ୍ରାମ୍ୟ ଉନ୍ନୟନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥିଲା। ମୁଖ୍ୟ ଉନ୍ନୟନ ତଥା ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, ଉପଜିଲ୍ଲାପାଳ ଶ୍ରୀ ତାପସରଞ୍ଜନ ଦେହୁରୀ, ଯୋଜନା ଓ ପରିସଂଖ୍ୟାନ ଉପନିର୍ଦ୍ଦେଶକ ସୁଶ୍ରୀ ଅର୍ଚ୍ଚିତା ଦାସ ଏବଂ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking