27.1 C
Bhubaneswar
Wednesday, June 26, 2024
Homeଦେଶ ବିଦେଶଧର୍ମେନ୍ଦ୍ର ଓ ଅଶ୍ୱିନୀଙ୍କୁ ନୂଆ ଦାୟିତ୍ୱ

ଧର୍ମେନ୍ଦ୍ର ଓ ଅଶ୍ୱିନୀଙ୍କୁ ନୂଆ ଦାୟିତ୍ୱ

ନୂଆଦିଲ୍ଲୀ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ନୂଆ ଦାୟିତ୍ୱ । ଓଡ଼ିଶାର ସମ୍ବଲପୁର ଲୋକସଭା ଆସନରୁ ଜିତି କେନ୍ଦ୍ରମନ୍ତ୍ରୀ ହୋଇଥିବା ଧର୍ମେନ୍ଦ୍ର ପ୍ରଧାନଙ୍କୁ ଗୁରୁତ୍ୱପୂର୍ଣ୍ଣ ହରିୟାଣା ନିର୍ବାଚନ ଦାୟିତ୍ୱ ମିଳିଛି। ବିଜେପି ତାଙ୍କୁ ହରିୟାଣାର ନିର୍ବାଚନ ପ୍ରଭାରୀ ଭାବେ ନିଯୁକ୍ତ କରିଛି। ସେହିପରି ତ୍ରିପୁରାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବଙ୍କୁ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ସହ ପ୍ରଭାରୀ ଭାବେ ନିଯୁକ୍ତି ମିଳିଛି। ଓଡ଼ିଶାରୁ ରାଜ୍ୟସଭାକୁ ଯାଇଥିବା କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଦାୟିତ୍ୱ ମିଳିଛି। ମହାରାଷ୍ଟ୍ର ପାଇଁ ବିଜେପି ତାଙ୍କୁ ସହ ପ୍ରଭାରୀ କରିଛି। ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ ଏଠାରେ ପ୍ରଭାରୀ ଭାବେ ନିଯୁକ୍ତ ପାଇଛନ୍ତି। ଅଶ୍ୱିନୀ ବୈଷ୍ଣବ ଓ ଭୂପେନ୍ଦ୍ର ଯାଦବଙ୍କ ତତ୍ତ୍ୱାବଧାନରେ ବିଜେପି ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ଲଢ଼ିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking