38.8 C
Bhubaneswar
Friday, April 19, 2024
Homeଓଡିଶାକେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ଆକ୍ରାନ୍ତ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏଥିରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବାଦ ପଡ଼ିନାହାନ୍ତି । ଆଜି ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିଛି । ଏହି ଖବର ସେ ନିଜେ ଟୁଇଟ କରି ଜଣାଇଛନ୍ତି ।ସେ ଟୁଇଟ୍ କରି ଲେଖିଛନ୍ତି, କୋଭିଡ୍ ୧୯ ଲକ୍ଷଣ ଦେଖାଯିବା ପରେ ମୁଁ ଟେଷ୍ଟ କରାଇଥିଲି ଏବଂ ମୋର ରିପୋର୍ଟ ପଜିଟିଭ୍ ଆସିଛି।  ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହସ୍ପିଟାଲରେ ଭର୍ତ୍ତି ହୋଇଛି ଏବଂ ସୁସ୍ଥ ଅଛି। ସେ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ସୂଚନା ମିଳିଛି । ପୂର୍ବରୁ ତାଙ୍କ କର୍ମଚାରୀ ପଜିଟିଭ ଆସିଥିଲେ ।

ପ୍ରକାଶ ଯୋଗ୍ୟ ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ତାମିଲନାଡ଼ୁ ରାଜ୍ୟପାଳ ଭଓଁରିଲାଲ ପୁରୋହିତ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ୟେଦୁରପ୍ପା କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।
ଏଥି ସହ ରାଜ୍ୟର କିଛି ବିଧାୟକ ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking