ମୟୂରଭଞ୍ଜ: ମୟୂରଭଞ୍ଜଜିଲ୍ଲା ଗସ୍ତରେ ଆସିଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧ୍ୱନିର ତାଳେ ତାଳେ ହାତକୁ ହାତ ଧରି ନାଚିଛନ୍ତି। ବାରିପଦା ଛଉ ପଡ଼ିଆର ଉନ୍ନତିକରଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୟୂରଭଞ୍ଜ ସାଂସଦ ନବ ଚରଣ ମାଝୀ, ରାଜ୍ୟସଭା ସଦସ୍ୟା ମମତା ମହାନ୍ତ ଓ ସମସ୍ତ ବିଧାୟକ ଉପସ୍ଥିତ ଥିଲେ।










