20.1 C
Bhubaneswar
Friday, November 22, 2024
Homeଓଡିଶାସ୍ନାତକ ଶେଷ ସେମିଷ୍ଟରର ମାର୍କସିଟ୍ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ସ୍ନାତକ ଶେଷ ସେମିଷ୍ଟରର ମାର୍କସିଟ୍ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଓଡିଶାରେ ସ୍ନାତକ (ୟୁଜି) ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ କଲ୍ୟାଣ ଏବଂ କ୍ୟାରିୟରକୁ ଦୃଷ୍ଟିରେ ରଖି ସ୍ନାତକ ଶେଷ ସେମିଷ୍ଟରର ପରୀକ୍ଷାର ଫାଇନାଲ ମାର୍କସିଟ୍‌ କିମ୍ବା ପ୍ରୋଭିଜିନାଲ ମାର୍କସିଟ୍‌ ଶୀଘ୍ର ପ୍ରଦାନ କରିବା ପାଇଁ ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ। କେନ୍ଦ୍ରମନ୍ତ୍ରୀ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଅଗଷ୍ଟ ମାସର ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ଛାତ୍ରଛାତ୍ରୀମାନେ ଅନଲାଇନ୍‌ ମାଧ୍ୟମରେ ୟୁଜି ଷଷ୍ଠ ସେମିଷ୍ଟାର ପରୀକ୍ଷା ଦେଇଥିଲେ। ଏହାର ଫଳାଫଳ ପ୍ରକାଶ ପାଇନଥିବାରୁ ଛାତ୍ରଛାତ୍ରୀମାନେ କଲେଜ ଏବଂ ଓଡିଶା ଶିକ୍ଷା ବିଭାଗର ଅଧିକାରୀଙ୍କୁ ଏ ନେଇ ଦୃଷ୍ଟି ଆକର୍ଷଣ କରିଥିଲେ। ଏହା ସତ୍ତେ୍ୱ ଏପର୍ଯ୍ୟନ୍ତ ସେମାନଙ୍କୁ ପ୍ରୋଭିଜିନାଲ ମାର୍କସିଟ୍‌ ଦିଆଯାଇନାହିଁ।

ଅନେକ ବିଶ୍ୱବିଦ୍ୟାଳୟରେ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ପରୀକ୍ଷାର୍ଥୀମାନେ ଆଶା ଆଶଙ୍କାରେ ରହିଛନ୍ତି। ପୂର୍ବରୁ ପ୍ରୋଭିଜିନାଲ ମାର୍କସିଟ୍‌ ମଧ୍ୟ ନ ମିଳିବା କାରଣରୁ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତ ଉପରେ ଏହାର ପ୍ରଭାବ ପଡିବାର ଆଶଙ୍କା କରାଯାଉଛି। ପରୀକ୍ଷା ଫଳ ପ୍ରକାଶ ପାଇନଥିବାରୁ ଅନେକ ଛାତ୍ରଛାତ୍ରୀମାନେ ମିଜୋରାମ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଭାରଥିଆର ବିଶ୍ୱବିଦ୍ୟାଳୟରେ ନାମ ଲେଖାଇବାରୁ ବଞ୍ଚିତ ହୋଇଛନ୍ତି। ମୁମ୍ବାଇ ବିଶ୍ୱବିଦ୍ୟାଳୟ, କୁମାଁଉ ବିଶ୍ୱବିଦ୍ୟାଳୟ ଭଳି ଅନେକ ବିଶ୍ୱବିଦ୍ୟାଳୟରେ ଆଡ଼ମିସନ ତାରିଖ ନିକଟବର୍ତ୍ତୀ ହେଉଥିବାରୁ ଛାତ୍ରଛାତ୍ରୀମାନେ ନେଇ ଦ୍ୱନ୍ଦରେ ଅଛନ୍ତି।

ଏହାସହ ରାଜ୍ୟ ବାହାରେ ଅଫଲାଇନ ମାଧ୍ୟମରେ ହେଉଥିବା ବିଶ୍ୱବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରୁ ମଧ୍ୟ ବଞ୍ଚିତ ହେଉଛନ୍ତି। ଏ ସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବ୍ୟକ୍ତିଗତ ହସ୍ତକ୍ଷେପ କରି ଛାତ୍ରଛାତ୍ରୀଙ୍କୁ ଷଷ୍ଠ ସେମିଷ୍ଟାର ପରୀକ୍ଷା ଫଳର ଫାଇନାଲ ମାର୍କସିଟ୍‌ କିମ୍ବା ପ୍ରୋଭିଜିନାଲ ମାର୍କସିଟ୍‌ ଦେବା ପାଇଁ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ପ୍ରୋଭିଜିନାଲ ମାର୍କସିଟ୍‌ ଦିଆଗଲେ ପରୀକ୍ଷାର୍ଥୀମାନେ ବିଭିନ୍ନ ରାଜ୍ୟ ତଥା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ସ୍ନାତକତୋର ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ସୁଯୋଗ ପାଇପାରିବେ ବୋଲି ଧର୍ମେନ୍ଦ୍ର ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking