33.1 C
Bhubaneswar
Tuesday, October 6, 2026
Homeଦେଶ ବିଦେଶଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି

ନୂଆଦିଲ୍ଲୀ : ସମ୍ବଲପୁର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି। ସମ୍ବଲପୁର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବୃଦ୍ଧି ପାଉଥିବା ଶିଳ୍ପ, ଖଣିଜ ଏବଂ ଆର୍ଥିକ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ଶ୍ରୀ ପ୍ରଧାନ ସମ୍ବଲପୁର-କଟକ ଏନଏଚ-୫୫ର ୬-ଲେନ୍ ସମ୍ପ୍ରସାରଣ ଓ ୪ଟି ଅଣ୍ଡରପାସ୍ ସହ ସମ୍ବଲପୁରରେ ଫ୍ଲାଇଓଭର ପାଇଁ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି ।

ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି, ସମ୍ବଲପୁର-ଅନୁଗୋଳ-କଟକ କରିଡର ପଶ୍ଚିମ ଓଡ଼ିଶାକୁ ରାଜ୍ୟର ପ୍ରମୁଖ ଶିଳ୍ପ, ବାଣିଜ୍ୟିକ ଏବଂ ସହରାଞ୍ଚଳ ସହ ଯୋଡ଼ୁଥିବା ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରାଜପଥ । ଏଠାରେ ଯାତ୍ରୀବାହୀ, ମାଲବାହୀ ଓ ଶିଳ୍ପ ସମ୍ବନ୍ଧୀୟ ଯାନବାହନ ଚଳାଚଳ ବୃଦ୍ଧି ପାଉଥିବାରୁ ବର୍ତ୍ତମାନର ୪-ଲେନ୍ ବିଶିଷ୍ଟ ରାଜପଥକୁ ୬-ଲେନ ସମ୍ପ୍ରସାରିତ କରିବା ସହ ଉଭୟ ପାର୍ଶ୍ୱରେ ଦୁଇ-ଲେନ୍ ବିଶିଷ୍ଟ ସର୍ଭିସ୍ ରୋଡ୍ ନିର୍ମାଣ କରିବାକୁ ଅନୁରୋଧ କରିଛନ୍ତି ।ଦ୍ୱିତୀୟତଃ ସଡ଼କ ସୁରକ୍ଷାକୁ ଆଖିଆଗରେ ରଖି ପିଆଇୟୁ ସମ୍ବଲପୁର ଦ୍ୱାରା ପ୍ରସ୍ତାବିତ ଜିନ୍ଦଲ ରୋଡ୍, ଜରପଡ଼ା, ଜେରାଙ୍ଗ ଏବଂ ଚାରମାଳ ଠାରେ ୪ଟି ଅଣ୍ଡରପାସ୍ ନିର୍ମାଣ ପାଇଁ ତୁରନ୍ତ ପ୍ରଶାସନିକ ଓ ଆର୍ଥିକ ମଞ୍ଜୁରୀ ପ୍ରଦାନ କରିବାକୁ ସେ ନିବେଦନ କରିଛନ୍ତି ।ଏହାବ୍ୟତୀତ ଏନଏଚ- ୫୩ ସ୍ଥିତ ସମ୍ବଲପୁର ସିଟି ରେଳ ଷ୍ଟେସନ୍ ଛକରେ ଲୋକଙ୍କ ନିରାପଦ ଯାତାୟାତ ପାଇଁ ଏକ ଫ୍ଲାଏଓଭର ନିର୍ମାଣ ପ୍ରସ୍ତାବକୁ ଶୀଘ୍ର ମଞ୍ଜୁରୀ ଦେଇ କାର୍ଯ୍ୟ ଆରମ୍ଭ କରିବାକୁ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking