36.4 C
Bhubaneswar
Wednesday, May 25, 2022
Homeଓଡିଶାଢେଙ୍କାନାଳ ବିଧାୟକ କରୋନା ଆକ୍ରାନ୍ତ

ଢେଙ୍କାନାଳ ବିଧାୟକ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଏବେ ହୁୂ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ପ୍ରତିଦିନ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ସରକାର ବାରମ୍ବାର ସତର୍କ ରହିବାକୁ ପରାମର୍ଶ ଦେଉଛନ୍ତି । ହେଲେ ସବୁ ପରେ ବି ପଜିଟିଭ କେସ ବାହାରୁଛି । ନେତାଠୁ ଆରମ୍ଭ କରି ଅଭିନେତା ସମସ୍ତେ କରୋନାର ଫାଶରେ ପଡୁଛନ୍ତି । ଏହାରି ଭିତରେ ଢେଙ୍କାନାଳ ବିଧାୟକ ସୁଧୀର ସାମଲ କରୋନା ଆକ୍ରାନ୍ତ ହୋଇଛନ୍ତି । ସେ କରୋନା ପଜେଟିଭ ଚିହ୍ନଟ ହୋଇଥିବା ନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି । ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ସେ ଟେଷ୍ଟ କରାଇନେବାକୁ ପରାମର୍ଶ ଦେଇଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ଏବେ ବି କରୋନା ରୋଗୀ ଚିହ୍ନଟ ହେଉଛନ୍ତି । ଆଜି ରାଜ୍ୟର ୩୦ ଜିଲ୍ଲାରୁ ସର୍ବାଧିକ ୪,୧୯୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୭୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୨୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୫୦୦୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୬୭୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୮୬୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking