31.1 C
Bhubaneswar
Thursday, July 3, 2025
Homeଓଡିଶାଢେଙ୍କାନାଳ ସୂଚନା ଓ ଲୋକ ସଂପର୍କ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ଢେଙ୍କାନାଳ ସୂଚନା ଓ ଲୋକ ସଂପର୍କ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲାରେ ନୂତନ ଭାବେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଭାବେ ଶ୍ରୀଯୁକ୍ତ ଶାରଦା ପ୍ରସାଦ ମହାନ୍ତି ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହା ପୁର୍ବରୁ ସେ କଟକ ଜିଲ୍ଲା ବାଙ୍କି ଉପଖଣ୍ଡ ସୂଚନା ଓ ଲୋକ ସଂପର୍କ ଅଧିକାରୀ ଭାବେ କାର୍ଯ୍ୟ କରିଆସୁଥିଲେ । ଶ୍ରୀ ମହାନ୍ତିଙ୍କ ପଦରେ ଉନ୍ନତି କରାଯାଇ ତାଙ୍କୁ ଢେଙ୍କାନାଳ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ବିଭାଗ ଦାୟିତ୍ୱରେ ଥିବା ଡେପୁଟି କଲେକ୍ଟର ସୀତାଂଶୁ ଶେଖର ଦାଶଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦାୟିତ୍ୱ ଗ୍ରହଣ କରିବା ପରେ ସେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳଙ୍କୁ ସାକ୍ଷାତ କରିବା ସହିତ ଜିଲ୍ଲାର ଗଣମାଧ୍ୟମଙ୍କ ସହିତ ସାକ୍ଷାତ କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟର କର୍ମଚାରୀମାନେ ଶ୍ରୀ ମହାନ୍ତିଙ୍କୁ ସ୍ୱାଗତ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking