21.1 C
Bhubaneswar
Friday, February 6, 2026
Homeଓଡିଶାହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଧିମାନ ଚକମା

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଧିମାନ ଚକମା

କଳାହାଣ୍ଡି: ଲାଞ୍ଚ ନେଇ ଗିରଫ ହୋଇଥିବା ଆଇଏଏସ ଧିମାନ ଚକମା ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି । ଜାମିନ ପାଇଁ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଭବାନୀପାଟଣା ଭିଜିଲାନ୍ସ କୋର୍ଟରେ ଜାମିନ ଖାରଜ ହେବାପରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚକମା। କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମା ଲାଞ୍ଚ ନେବା ଅଭିଯୋଗରେ ଗିରଫ ହୋଇ ଭବାନୀପାଟଣା ଜେଲରେ ଅଛନ୍ତି। ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକମା ଜଣେ କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିଲେ। ଏହା ସହିତ ତଦନ୍ତ ବେଳେ ତାଙ୍କ ଘରୁ ୪୭ଲକ୍ଷ ଟଙ୍କା ଜବତ କରିଥିଲେ। ଏହି ଘଟଣା ରେ ଭିଜିଲାନ୍ସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ଭବାନୀପାଟଣା ଜେଲ୍‌କୁ ପଠାଯାଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking