27.1 C
Bhubaneswar
Thursday, April 25, 2024
Homeଓଡିଶାସିଲ୍ ହେଲା ଡାଇଗ୍ନୋଷ୍ଟିକ ସେଣ୍ଟର

ସିଲ୍ ହେଲା ଡାଇଗ୍ନୋଷ୍ଟିକ ସେଣ୍ଟର

ବାଲେଶ୍ୱର : ବାଲେଶ୍ୱର ସହା ସ୍ଥିତ ଏକ ଡାଇଗ୍ନୋଷ୍ଟିକ ସେଣ୍ଟର ଓ ଔଷଧ ଦୋକାନକୁ ସିଲ୍ କରାଯାଇଛି । ଆଜି ସ୍ଥାନୀୟ ଅଞ୍ଚଳରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଦୁଇଟି ଦୋକାନକୁ ସିଲ୍ କରି ଦିଆଯାଇଛି । ଏନେଇ ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି ।
ଆଜି ସୁଦ୍ଧା ଜିଲ୍ଲାରୁ ମୋଟ ୬୧୫ଟି ପଜିଟିଭ କେସ୍ ଚିହ୍ନଟ ହୋଇଛି । ସେଥିମଧ୍ୟରୁ ୪୨୦ଜଣ ସୁସ୍ଥ ହୋଇଛନ୍ତି । ଅନ୍ୟ ୧୯୩ ଜଣ ଏବେ କେଭେିଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ଅଛନ୍ତି ।
ଆଜି ରାଜ୍ୟରେ ୨୨ ଜିଲ୍ଲାରୁ ନୂଆ ୬୧୮ଟି ପଜିଟିଭ କେସ୍ ଚିହ୍ନଟ ହୋଇଛି । ସେଥିମଧ୍ୟରୁ ୪୧୧ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଓ ଅନ୍ୟ ୨୦୭ଜଣ ସ୍ଥାନୀୟ ସଂକ୍ରମଣ ବୋଲି ଜଣାପଡ଼ିଛି । ଆଜିର ଚିହ୍ନଟ ହୋଇଥିବା ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୮୯୮କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୯୮୬୪ ଜଣ ସୁସ୍ଥ ହୋଇଛନ୍ତି । ୭୭ଜଣ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪୯୩୩ ଜଣ ବିଭିନ୍ନ କୋଭିଡ଼ ଡ଼ାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking