16.1 C
Bhubaneswar
Sunday, December 21, 2025
Homeଓଡିଶାହୀରାକୁଦ : ଖୋଲିଲା ଆଉ ୮ଟି ଗେଟ୍

ହୀରାକୁଦ : ଖୋଲିଲା ଆଉ ୮ଟି ଗେଟ୍

ସମ୍ବଲପୁର : ହୀରାକୁଦରରେ ଖୋଲିଲା ଆଉ ୮ଟି ଗେଟ୍ । ବର୍ତ୍ତମାନ୍ ମୋଟ୍ ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ତେବେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି। ତେଣୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।ସହରାଞ୍ଚଳ ନାଳ ଗୁଡିକରେ ପାଣି ନିଷ୍କାସିତ ହେବାରେ ସମସ୍ୟା ଆସିପାରେ ବୋଲି ପାଣିପାଗ ବିଭାଗ ପରାମର୍ଶ ଦେଇଛି। ତେଣୁ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ପୃକ୍ତ ଜିଲ୍ଲାପାଳଙ୍କୁ ନିର୍ଦେଶ ଦିଆଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking