ଭୁବନେଶ୍ୱର: ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗରେ ସୁଦର୍ଶନ ପଟ୍ଟନାୟକଙ୍କ ଚିଠିର ଉତ୍ତର ରଖିଲେ ପୁରୀର ଗଜପତି ମହାରାଜ ଦିବ୍ୟସିଂହ ଦେବ । ଉପଯୁକ୍ତ ପଦକ୍ଷେପ ନିଆଯିବ କହିଲେ ଗଜପତି ମହାରାଜ । ଦୀଘାରେ ଜଗନ୍ନାଥ ଧାମ ନାଁ ବିବାଦ ପ୍ରସଙ୍ଗରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଗଜପତି ମହାରାଜଙ୍କୁ ଚିଠି ଲେଖି ଜଣାଇଥିଲେ ଯେ ଏହା କଦାପି ଗ୍ରହଣୀୟ ନୁହେଁ, ଷଡଯନ୍ତ୍ର ହୋଇଛି । ଏନେଇ ପ୍ରତ୍ୟେକ ଲୋକ ସ୍ୱର ଉଠାଇଲେଣି । ଦୀଘା ଜଗନ୍ନାଥ ମନ୍ଦିରକୁ ଆମେ ସ୍ୱାଗତ କରୁଛୁ । କିନ୍ତୁ ଜଗନ୍ନାଥ ଧାମ ନାଁ କଦାପି ଗ୍ରହଣୀୟ ନୁହେଁ ।