27.1 C
Bhubaneswar
Thursday, June 27, 2024
Homeଓଡିଶାଏମକେସିଜିରେ ଡିପଥେରିଆ ମୃତ୍ୟୁ

ଏମକେସିଜିରେ ଡିପଥେରିଆ ମୃତ୍ୟୁ

ଭୁବନେଶ୍ୱର : ଚିନ୍ତା ବଢ଼ାଉଛି ଡିପଥେରିଆ । ପୂର୍ବରୁ ଏଥିରେ ଆକ୍ରାନ୍ତ ହୋଇ ୫ ଜଣ ଆଖି ବୁଜି ସାରିଥିବା ବେଳେ ଏବେ ଆଉ ଜଣେ ନାବାଳକ ଆଖି ବୁଜିଛନ୍ତି। ମୃତକ କୋରାପୁଟ ବନ୍ଧୁଗାଁର ୧୦ ବର୍ଷର ନାବାଳକ ବୋଲି ଜଣାଯାଇଛି। ପୂର୍ବରୁ ସାରା ରାଜ୍ୟରେ ୫ ଜଣଙ୍କର ଡିପଥେରିଆରେ ମୃତ୍ୟୁ ହୋଇଥିବା ବେଳେ ଏବେ ଏହି ସଂଖ୍ୟା ୬ରେ ପହଞ୍ଚିଛି। ଜନନସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ, ଏମକେସିଜି ମେଡିକାଲରେ ଡିପଥେରିଆ ରେ ୪ ଜଣ ଚିକିତ୍ସିତ ହେଉଥିଲେ। ମାତ୍ର ସେମାନଙ୍କ ମଧ୍ୟରୁ ଜଣେ ନାବାଳକଙ୍କ ଅବସ୍ଥା ଗୁରୁତର ହୋଇଥିବା ବେଳେ ଶେଷରେ ସେ ଆଖି ବୁଜିଥିବା ଏମକେସିଜି ମେଡିକାଲ ଅଧୀକ୍ଷକ ଡାକ୍ତର ସୁଚିତ୍ର ଦାସ ସୂଚନା ଦେଇଛନ୍ତି।  ଓଡ଼ିଶାରେ ସଂକ୍ରମଣର ରୂପ ନେଉଛି ଡିପଥେରିଆ । ରାୟଗଡ଼ା କାଶୀପୁର ବ୍ଲକ୍ ମୁନୁଷପଦରରୁ ଆରମ୍ଭ ହୋଇଥିବା ଏ ସଂକ୍ରମଣ ଏବେ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାକୁ ମାଡ଼ିଗଲାଣି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking