25.1 C
Bhubaneswar
Tuesday, March 24, 2026
Homeଓଡିଶାଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ  

ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ  

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱରରୁ ଆବୁଧାବିକୁ ଏହି ବିମାନ ସେବା ଇଣ୍ଡିଗୋ ଏୟାର ଲାଇନ୍ସ ଜରିଆରେ ଆରମ୍ଭ କରାଯାଇଛି। ଏହା ସିଧାସଳଖ ଆବୁଧାବିକୁ ଯାତ୍ରା କରିବ। ସୂଚନାଯୋଗ୍ୟ ଯେ, ସପ୍ତାହରେ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର ଓ ଶନିବାର ଏହି ବିମାନସେବା ଉପଲବ୍ଧ ହେବ। ୧୮୦ ଜଣ ଯାତ୍ରୀ ଏଥିରେ ଯାତ୍ରା କରିପାରିବେ। ଭୁବନେଶ୍ୱରରୁ ମାତ୍ର ୪ ଘଣ୍ଟା ମଧ୍ୟରେ ଯାତ୍ରୀମାନେ ଆବୁଧାବିରେ ପହଞ୍ଚିବେ। ଏହି ବିମାନ ଚଳାଚଳ ଆରମ୍ଭ ଦ୍ୱାରା ଓଡିଶାରୁ ଆବୁଧାବି ଯାଉଥିବା ଯାତ୍ରୀମାନେ, ଉଭୟ ସମୟ ଓ ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ। ଏଥି ସହିତ ଆଜି ଭୁବନେଶ୍ୱରରୁ ବିଶାଖାପାଟଣାକୁ ମଧ୍ୟ ବିମାନସେବା ଆରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେତେକ ଯାତ୍ରୀଙ୍କୁ ବୋର୍ଡିଙ୍ଗ୍ ପାସ୍ ପ୍ରଦାନ କରିଥିଲେ।

ଅନ୍ତର୍ଜାତୀୟ ବିମାନସେବା ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ର ସରକାରଙ୍କ ସମର୍ଥନରେ ରାଜ୍ୟ ସରକାରଙ୍କ New Destination Policy ଅଧିନରେ ଏହି ସେବା ଆରମ୍ଭ କରାଯାଇଛି । ଏହି ସେବା ଦ୍ୱାରା ମିଡିଲ୍ ଇଷ୍ଟ୍ ଦେଶଗୁଡିକ ସହିତ ଓଡିଶାର ଯୋଗାଯୋଗ ଆହୁରି ବ୍ୟାପକ ହେବ। ବାଣିଜ୍ୟ, ପର୍ଯ୍ୟଟନ, ପୁଞ୍ଜିନିବେଶ ଓ ସାଂସ୍କୃତିକ ବିନିମୟ କ୍ଷେତ୍ରରେ ମଧ୍ୟ ଆମର ସମ୍ପର୍କ ଆହୁରି ସୁଦୃଢ ହେବ। ଏହି ବିମାନର କାର୍ଗୋ ସେବାରେ ଆଜି ବିଭିନ୍ନ ପନିପରିବା ସହିତ ୫୦ ଟନ ଆମ୍ରପଲ୍ଲି ଆମ୍ବ ରପ୍ତାନୀ କରାଯାଇଛି।ସେ ପୁଣି କହିଥଲେ ଆମ ସରକାର ସଡକ ପଥ ଓ ରେଳ ପଥ ସହିତ ଆକାଶ ପଥରେ ମଧ୍ୟ ଯୋଗାଯୋଗ ପାଇଁ ପଦକ୍ଷେପ ନେଇଛନ୍ତି। ଓଡଶାକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଯୋଡିବା ପାଇଁ ଉଦ୍ୟମ ଜାରି ରହିଛି। ଭୁବନେଶ୍ୱରରୁ ଡେରାଡୁନ, ଗାଜିଆବାଦ, ଗୋଆ, ଇନ୍ଦୋର, କୋଚି, ଲକ୍ଷ୍ନୌ ଓ ପୋର୍ଟବ୍ଲେୟାରକୁ ବିମାନ ସେବା ଆରମ୍ଭ ହୋଇଥିବା ବେଳେ, ଝାରସୁଗୁଡାରୁ ହାଇଦ୍ରାବାଦ, ଲକ୍ଷ୍ନୌ, ମୁମ୍ବାଇ ଓ ରାୟପୁରକୁ ମଧ୍ୟ ବିମାନ ସଂଯୋଗ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking