24.1 C
Bhubaneswar
Monday, November 16, 2026
Homeଓଡିଶାଆରକ୍ଷୀ ମହାନିର୍ଦ୍ଦେଶକ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଆରକ୍ଷୀ ମହାନିର୍ଦ୍ଦେଶକ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆସନ୍ତା ଓଡ଼ିଶା ବିଧାନସଭା ଅଧିବେଶନର ପ୍ରସ୍ତୁତି, ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଓ ଅପରାଧ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନୁଷ୍ଠିତ ହୋଇଛି। ବୈଠକରେ ଆଗାମୀ ବିଧାନସଭା ଅଧିବେଶନକୁ ଶାନ୍ତିପୂର୍ଣ୍ଣ ଭାବରେ ସମ୍ପନ୍ନ କରିବା ନିମନ୍ତେ ପୋଲିସ ପକ୍ଷରୁ ଆବଶ୍ୟକ ସୁରକ୍ଷା ଓ ଆଇନଶୃଙ୍ଖଳା ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହୋଇଥିଲା। ଏଥିସହିତ ଆଗାମୀ ଦିନରେ ମହାମହିମ ରାଷ୍ଟ୍ରପତି, ମାନ୍ୟବର କେନ୍ଦ୍ର ଗୃହମନ୍ତ୍ରୀ ଏବଂ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ଭିଭିଆଇପି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହିତ ଆଗକୁ ହେବାକୁ ଥିବା ବିଭିନ୍ନ ପର୍ବପର୍ବାଣୀ ଯଥା କାର୍ତ୍ତିକ ପୂର୍ଣ୍ଣିମା, ବଡ଼ଓଷା, ବାଲିଯାତ୍ରା ଓ ବେଳାଭୂମି ମହୋତ୍ସବ ଭଳି ପ୍ରମୁଖ ପର୍ବପର୍ବାଣୀ ସମୟରେ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ଦିଗରେ ସେ ଗୁରୁତ୍ୱାରୋପ କରିଥିଲେ। ଅପରାଧ ନିୟନ୍ତ୍ରଣ କ୍ଷେତ୍ରରେ କଠୋର ଆଭିମୁଖ୍ୟ ଗ୍ରହଣ କରି ମହିଳା ଓ ଶିଶୁଙ୍କ ବିରୋଧରେ ହେଉଥିବା ଅପରାଧ ତଥା ଜଘନ୍ୟ ଅପରାଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ‘ନିଶାମୁକ୍ତ ଓଡ଼ିଶା’ ଅଭିଯାନକୁ ବ୍ୟାପକ କରିବା ସହ ନିଶା କାରବାର ବିରୋଧରେ ସ୍ୱତନ୍ତ୍ର ଡ୍ରାଇଭ୍, ସାଇବର ଅପରାଧ ଓ ‘ଡିଜିଟାଲ୍ ଆରେଷ୍ଟ’ ଭଳି ଠକେଇ ରୋକିବା ପାଇଁ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ । ଉକ୍ତ ବୈଠକରେ ପୋଲିସ କମିସନର (ଭୁବନେଶ୍ଵର-କଟକ) ଡଃ ଏସ ଦେବଦତ୍ତ ସିଂ, ଆଇଜିପି (କାର୍ମିକ) ଶ୍ରୀ ଏସ. ପ୍ରବୀଣ କୁମାର, ଆଇଜିପି (କ୍ରାଇମବ୍ରାଞ୍ଚ) ଡଃ ସାର୍ଥକ ଷଡଙ୍ଗୀ, ଅତିରିକ୍ତ ପୋଲିସ କମିସନର ଡଃ କନୱର ବିଶାଲ ସିଂ, ଏଆଇଜିପି (ମୁଖ୍ୟାଳୟ) ଶ୍ରୀ ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର, ଏଆଇଜିପି (ଆଇନ ଓ ଶୃଙ୍ଖଳା) ଶ୍ରୀ ପ୍ରଭାଶଙ୍କର ନାୟକଙ୍କ ସମେତ ରାଜ୍ୟର ସମସ୍ତ ରେଞ୍ଜ ଆଇଜି/ଡିଆଇଜି ଏବଂ ସମସ୍ତ ଜିଲ୍ଲାର ଏସ୍‌ପିମାନେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବୈଠକରେ ଯୋଗଦେଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking