ଭୁବନେଶ୍ୱର : ଆଜି ଅପରାହ୍ନରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ହେଉଛି। ନୟାଗଡ଼, ପୁରୀ ଓ ଗଞ୍ଜାମ ଜିଲ୍ଲା ସମେତ ରାଜଧାନୀ ଭୁବନେଶ୍ୱରରେ କାଳବୈଶାଖୀ ଜନିତ ବର୍ଷା ହେଉଛି। ନୟାଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ମାଡ଼ ସହ ବର୍ଷା ହୋଇଛି। ସେହପରି ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳ ଓ ପୁରୀ ଜିଲ୍ଲାରେ ବୈଶାଖୀ ଜନିତ ବର୍ଷା ହୋଇଛି। ଆଜି ପରି ଆସନ୍ତାକାଲି ଅର୍ଥାତ ମଙ୍ଗଳବାର ମଧ୍ୟ କିଛି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।