17.1 C
Bhubaneswar
Sunday, February 8, 2026
Homeଓଡିଶାଆଇନ୍‌ ଏବଂ ଗଣଶିକ୍ଷା ମନ୍ତ୍ରୀଙ୍କ ସହିତ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ...

ଆଇନ୍‌ ଏବଂ ଗଣଶିକ୍ଷା ମନ୍ତ୍ରୀଙ୍କ ସହିତ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପ୍ରତିନିଧି ମଣ୍ଡଳୀର ଆଲୋଚନା

ଭୁବନେଶ୍ୱର: ଶିକ୍ଷକ କର୍ମଚାରୀମାନଙ୍କର ସମସ୍ୟାବଳୀ ସମ୍ପର୍କରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ୭ ଜଣିଆ ପ୍ରତିନିଧି ମଣ୍ଡଳୀର ଏକ ବୈଠକ ଆଇନମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିଦ୍ୟାନନ୍ଦ ଗଣ୍ଡଙ୍କ ସହିତ ଅନୁଷ୍ଠିତ ହୋଇଯାଇଛି । ଲୋକସେବା ଭବନସ୍ଥିତ ଆଇନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ବୈଠକରେ ୧୯୪ ଅଣ-ଅନୁଦାନ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ, ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକର ଶିକ୍ଷକ ଓ କର୍ମଚାରୀମାନଙ୍କ ଚାକିରି ସର୍ତ୍ତାବଳୀ ଓ ପେନସନ୍‌ ପ୍ରଦାନ, ୧୯୯୪ ଅନୁଦାନ ନିୟମ ଆଧାରରେ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ପୂର୍ଣ୍ଣ ଅନୁଦାନ ପ୍ରଦାନ, ଉଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶନାମାକୁ ପାଳନ କରି ସମସ୍ତ ଅନୁଦାନପ୍ରାପ୍ତ ବିଦ୍ୟାଳୟର ସରକାରୀକରଣ, ୧୯୦୦, ୨୨୦୦ ଓ ୨୮୦୦ ଗ୍ରେଡ଼ ପେ ରେ ଥିବା ଅସଙ୍ଗତି ଦୂରୀକରଣ, ନୂତନ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଶିକ୍ଷକ କର୍ମଚାରୀ ନିଯୁକ୍ତି ଆଦି ବିଷୟ ଆଲୋଚନା ହୋଇଥିଲା ।

ଆଗାମୀ ଦିନରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସହିତ ଏକ ଉଚ୍ଚସ୍ତରୀୟ ବୈଠକରେ ସମସ୍ୟାଗୁଡ଼ିକର ସ୍ଥାୟୀ ସମାଧାନ ନେଇ ଆଲୋଚନା କରିବା ପାଇଁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପ୍ରତିଶ୍ରୁତି ପ୍ରଦାନ କରିଥିଲେ । ଏହି ଆଲୋଚନାରେ ଏକାମ୍ର ନିର୍ବାଚନ ମଣ୍ଡଳି ବିଧାୟକ ଶ୍ରୀ ବାବୁ ସିଂ, ପାଲଲହଡ଼ା ବିଧାୟକ ଶ୍ରୀ ଅଶୋକ କୁମାର ମହାନ୍ତି, ବିଦ୍ୟାଳୟ ଓ ଗଣଶିକ୍ଷାବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଗିରିଶ ଚନ୍ଦ୍ର ସିଂ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଶ୍ରୀ ତ୍ରିନାଥ ମାଝିଙ୍କ ସମେତ ଓଷ୍ଟାର ସଭାପତି ଅକ୍ଷୟ କୁମାର ମିଶ୍ର, ସମନ୍ୱୟ ସମିତିର ସଭାପତି ସୁକାନ୍ତ କୁମାର ବେହେରା, ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ, ଓଷ୍ଟାର ଯୁଗ୍ମ ସାଧାରଣ ସମ୍ପାଦକ ବ୍ରଜ କିଶୋର ବିଶ୍ୱାଳ, ମାଣିକେଶ୍ୱର ସ୍ୱାଇଁ, ରଞ୍ଜନ କୁମାର ପଣ୍ଡା, ସୁରେଶ ଦାଶ, ପ୍ରମୋଦ କୁମାର ହୋତା, ସ୍ମୃତି ରଞ୍ଜନ ଷଢ଼ଙ୍ଗୀ ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking