25.1 C
Bhubaneswar
Saturday, March 21, 2026
Homeଓଡିଶାରାଜ୍ୟ ସରକାରଙ୍କ ବିଭିନ୍ନ ନୂତନ ଯୋଜନାର କାର୍ଯ୍ୟକାରିତା ପ୍ରସଙ୍ଗରେ ଆଲୋଚନା

ରାଜ୍ୟ ସରକାରଙ୍କ ବିଭିନ୍ନ ନୂତନ ଯୋଜନାର କାର୍ଯ୍ୟକାରିତା ପ୍ରସଙ୍ଗରେ ଆଲୋଚନା

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଆଜି ପୂର୍ବାହ୍ନରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ନୂତନ ଯୋଜନାର କାର୍ଯ୍ୟକାରିତା, ବିଭାଗମାନଙ୍କରେ ଖାଲିଥିବା ପଦବୀ ପୂରଣ, ସରକାରୀ କର୍ମଚାରୀମାନଙ୍କୁ ନିର୍ଦ୍ଧାରିତ ଅବସରକାଳୀନ ପ୍ରାପ୍ୟ ଓ ପେନସନ ପ୍ରଦାନ, ସଚିବମାନଙ୍କ ଜିଲ୍ଲାଗସ୍ତ ପର୍ଯ୍ୟବେକ୍ଷଣ ସହିତ ସଂପର୍କିତ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା ।
ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking