26.1 C
Bhubaneswar
Tuesday, May 7, 2024
Homeଓଡିଶାବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ : ଆଜି ପୁରୀର ବ୍ରହ୍ମଗିରି,...

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ : ଆଜି ପୁରୀର ବ୍ରହ୍ମଗିରି, ୯ରେ ଦେବଗଡ଼

ଭୁବନେଶ୍ୱର: ପ୍ରଥମେ ମାଲାକାନାଗିରି, ଦ୍ୱିତୀୟରେ ସୁନ୍ଦରଗଡ଼ । ତୃତୀୟରେ ବଲାଙ୍ଗିର ଓ ତା’ପରେ ଗଜପତି । କ୍ରମାଗତଃ ଭାବେ ଚାରି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବେ ପୁଣି ଶ୍ରୀ ପଟ୍ଟନାୟକ ଆଜି ପୁରୀ ଓ ୯ରେ ଦେବଗଡ଼ ଗସ୍ତ କରିବେ । ଏହି ଦୁଇ ଜିଲ୍ଲାରେ ହିତାଧିକାରୀଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ସହ କିଛି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମଗ୍ର ରାଜ୍ୟରେ ପର୍ଯ୍ୟାୟକ୍ରମେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପୁରୀ ଜିଲ୍ଲାର ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ଗସ୍ତ କରି ସେଠାରେ ବିଜୁ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ଏଥିସହ ପ୍ରାୟ ୩୦୦କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ପୁରୀ ଜିଲ୍ଲାପାଳ ବ୍ରହ୍ମଗିରି ଓ କୃଷ୍ଣପ୍ରସାଦ ବ୍ଲକ ଗସ୍ତ କରି ନିର୍ବାଚିତ ପ୍ରତିନିଧିଙ୍କ ସହ ଆଲୋଚନା କରିଛନ୍ତି । ବ୍ଲକରେ ବିଭିନ୍ନ ସ୍ଥାନରେ ଜମା ହୋଇଥିବା ଅଳିଆ ଆବର୍ଜନାକୁ ହଟାଯାଇ ପରିଷ୍କାର ପରିଚ୍ଛନ ମଧ୍ୟ କରାଯାଉଛି ।

ବୁଧବାର ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଗଣମାଧ୍ୟମକୁ କହିଥିଲେ, ଖାଦ୍ୟ ସୁରକ୍ଷା ଯୋଜନାରେ ରାସନ କାର୍ଡଧାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂତନ ‘ସ୍ମାର୍ଟ କାର୍ଡ’ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ବ୍ରହ୍ମଗିରିର ୨୧ଟି ପଞ୍ଚାୟତର ୧୯ ହଜାର ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରାଯିବ । ଏଥିପାଇଁ ପ୍ରତ୍ୟେକ ପଞ୍ଚାୟତର ୨ଟି ସ୍କୁଲରେ କାର୍ଡ ବଣ୍ଟନ କରାଯିବାର ବ୍ୟବସ୍ଥା କରାଯାଇଛି ବୋଲି ସେ ସୂଚନା ଦେଇଥିଲେ । ଅନ୍ୟପକ୍ଷରେ ଅକ୍ଟୋବର ୯ରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦେବଗଡ଼ ଜିଲ୍ଲା ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଉଦଘାଟନ କରିବେ ବୋଲି ଜଣାପଡ଼ିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking