17.1 C
Bhubaneswar
Sunday, February 8, 2026
Homeଓଡିଶାଯାଜପୁର ଜିଲ୍ଲାରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା

ଯାଜପୁର ଜିଲ୍ଲାରେ ଜିଲ୍ଲା ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା

ଯାଜପୁର: ଯାଜପୁର ମ୍ୟୁନିସିପାଲଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ଜ଼ିଲ୍ଲା ସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚିତ୍ତ ରଞ୍ଜନ ସେଠି ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ପ୍ରତିଯୋଗିତା ରେ ମୁଖ୍ୟ ଅତିଥିଭାବେ ଅତିରିକ୍ତ ଜ଼ିଲ୍ଲା ଶିକ୍ଷା ଅଧିକାରୀ ସବିତା ସାହୁ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ସୁବାଷ ଚନ୍ଦ୍ର ମହାପାତ୍ର ଯୋଗଦାନ କରି ବିଜ୍ଞାନର ଜ୍ଞାନ କୌଶଳ ସମ୍ପର୍କରେ ପ୍ରତିଯୋଗୀ ମାନଙ୍କୁ ପରାମର୍ଶ ଦେଇଥିଲେ। ସ୍ୱାସ୍ଥ୍ୟ କ୍ଷେତ୍ରରେ ବିଜ୍ଞାନର ଵ୍ୟଵହାର, କୃଷି କ୍ଷେତ୍ରରେ ଉନ୍ନତ ଜ୍ଞାନ କୌଶଳ ପ୍ରୟୋଗ ଭଳି ବିଷୟ ବସ୍ତୁ ଉପରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଜ଼ିଲ୍ଲା ର୧୦ଟି ବ୍ଲକ ର ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିବା ବେଳେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ଙ୍କୁ ଉପସ୍ଥିତ ଅତିଥି ମାନେ ପୁରସ୍କୃତ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking