16.1 C
Bhubaneswar
Tuesday, January 7, 2025
Homeଓଡିଶା୩ୟ ଲହର ହେବ କି ନାହିଁ କହି ହେବନି

୩ୟ ଲହର ହେବ କି ନାହିଁ କହି ହେବନି

ଭୁବନେଶ୍ୱର: ଡେଲଟା ପ୍ଲସ ଅଧିକ ସଂକ୍ରାମକ ନୁହେଁ ବୋଲି କହିଛନ୍ତି ଡିଏମଇଟି ସିବିକେ ମହାନ୍ତି । ମାର୍ଚ୍ଚ ମାସରୁ ଡେଲଟା ପ୍ଲସ ଭାରିଏଣ୍ଟ ଚିହ୍ନଟ ହେଲାଣି । ଏବେ ଦେଶରେ ୨୦୦ । ଯଦି ଅଧିକ ସଂକ୍ରାମକ ହେଉଥାନ୍ତା ତେବେ ସଂକ୍ରମଣ ବଢିସାରନ୍ତାଣି । ୩ୟ ଲହର ଏବେ ବି ସମ୍ଭାବନା ସ୍ତରରେ ଅଛି । ହେବ କି ନାହିଁ କହିହବନି । ଦ୍ୱିତୀୟ ଲହର ପ୍ରକୋପ କମିଲେ ସୁଦ୍ଧା ଦୃତ ଗତିରେ କମିନି ।  ଜୁଲାଇ ମଧ୍ୟ ବେଳକୁ ସ୍ଥିତି ନିୟନ୍ତ୍ରଣକୁ ଆସିଯିବ ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ , ରାଜ୍ୟରେ କରୋନା କିଛିଦିନ ଧରି ଲୁଚକାଳି ଖେଳିବାରେ ଲାଗିଛି । ଦୁଇଦିନ ଧରି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ଉପରେ ରହୁଛି । ରାଜ୍ୟର ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ସଂକ୍ରମଣ ହ୍ରାସ ପାଇଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ସଂକ୍ରମଣ ଅଧିକ ରହିଥିବା ଦେଖିବାକୁ ମିଳିଛି । ଏହା ମଧ୍ୟରେ ଆଜି ପୁଣି ୩୨୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୮୩୮ ଓ ସ୍ଥାନୀୟ ଅଞ୍ଚଳରୁ ୧୩୮୪ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୬ ହଜାର ୧୦୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୮୦ ହଜାର ୯୯୭ ରହିଥିବା ବେଳେ ୩୦ ହଜାର ୯୫୦ ଜଣ ଚିକିତ୍ସିତ ହେଉଛନ୍ତି । କଟକ ଜିଲ୍ଲାରୁ ସର୍ବାଧିକ ୯୧୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୨୨ ଜଣଙ୍କ ନମୁନା ପଜିଟିଭ୍ ଆସିଛି । ଅନୁଗୁଳରୁ ୯୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୦୮, ବରଗଡ଼ରୁ ୨୪, ଭଦ୍ରକରୁ ୧୪୧, ବଲାଙ୍ଗିରରୁ ୨୨, ବୌଦ୍ଧରୁ ୧୬, ଦେବଗଡ଼ରୁ ୭, ଢେଙ୍କାନାଳରୁ ୪୧, ଗଜପତିରୁ ୯, ଗଞ୍ଜାମରୁ ୨୪, ଜଗତସିଂହପୁରରୁ ୨୧୨, ଯାଜପୁରରୁ ୧୯୦, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୨୫, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୧୭୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି କେନ୍ଦୁଝରରୁ ୬୪, କୋରାପୁଟରୁ ୫୩, ମାଲକାନଗିରିରୁ ୬୬, ମୟୂରଭଞ୍ଜରୁ ୧୯୫, ନବରଙ୍ଗପୁରରୁ ୨୩, ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୬, ପୁରୀରୁ ୧୮୮, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୩୧, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୬୬ ଓ ଷ୍ଟେଟପୁଲରୁ ୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking