40.1 C
Bhubaneswar
Thursday, April 25, 2024
Homeଓଡିଶାନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କରୋନା ଯୋଦ୍ଧାଙ୍କୁ କରୋନା

ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କରୋନା ଯୋଦ୍ଧାଙ୍କୁ କରୋନା

ନୟାଗଡ଼ : ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଡାକ୍ତର ଓ ନର୍ସ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ନୟାଗଡ଼ ଜିଲ୍ଲା ମୁଖ୍ୟ ଚକିତ୍ସାଧିକାରୀ ଡ. ସୁଧାଂଶୁ ଷଡଙ୍ଗୀ ସୂଚନା ଦେଇଛନ୍ତି । ଉଭୟଙ୍କ ସ୍ୱାବ୍ ଟେଷ୍ଟ ପଜିଟିଭ୍ ଆସିବା ପରେ ଦୁଇଜଣଙ୍କୁ ଭୁବନେଶ୍ୱର ସମ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କର କୌଣସି ଲକ୍ଷଣ ନଥିବା କହିଛନ୍ତି ସିଡିଏମ୍‌ଓ । ଡାକ୍ତର ଓ ନର୍ସଙ୍କ ସଂସ୍ପର୍ଶରେ ଆସିଥିବା କର୍ମଚାରୀଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖାଯାଇଛି ବୋଲି ସିଡିଏମ୍‌ଓ ସୂଚନା ଦେଇଛନ୍ତି । କରୋନା ଚିହ୍ନଟ ହେବା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସସର୍ଜରୀ ୱାର୍ଡକୁ ସିଲ୍ କରି ଦିଆଯାଇଛି । ପୁରା ମେଡିକାଲକୁ ସାନିଟାଇଜ୍ କରାଯାଇଛି । ଏହାଛଡ଼ା ଡାକ୍ତର ଓ ନର୍ସଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ କଣ୍ଟ୍ରାକ୍ଟ ଟ୍ରେସିଂ ଖୋଜା ଚାଲିଛି ।
https://onakhabar.com/2020/06/08/the-time-limit-of-bande-utkal-janani-song-singing-is-2-minutes-11-seconds/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking