27.1 C
Bhubaneswar
Monday, April 13, 2026
Homeଓଡିଶାଘରୋଇ ଗ୍ରାହକଙ୍କ ବିଦ୍ୟୁତ୍ ବିଲ୍ ବକେୟା ଥିଲେ ମଧ୍ୟ ଗ୍ରୀଷ୍ମ ଋତୁରେ କଟିବନି ବିଦ୍ୟୁତ୍ ସଂଯୋଗ...

ଘରୋଇ ଗ୍ରାହକଙ୍କ ବିଦ୍ୟୁତ୍ ବିଲ୍ ବକେୟା ଥିଲେ ମଧ୍ୟ ଗ୍ରୀଷ୍ମ ଋତୁରେ କଟିବନି ବିଦ୍ୟୁତ୍ ସଂଯୋଗ – ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ, ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ନିର୍ଦ୍ଦେଶ ଦେଇଛନ୍ତି ଯେ, ୨୦୨୬ର ଏହି ପ୍ରଚଣ୍ଡ ଗ୍ରୀଷ୍ମ ସମୟରେ ମୌସୁମୀ ଆସିବା ପର୍ଯ୍ୟନ୍ତ ବକେୟା ବିଦ୍ୟୁତ୍ ବିଲ୍ ଥିଲେ ମଧ୍ୟ କୌଣସି ଘରୋଇ ଗ୍ରାହକଙ୍କ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରାଯିବ ନାହିଁ। ଉପମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ବିଲ୍ ପୈଠ ନକରିବା କାରଣରୁ କୌଣସି ବି ଡ଼ିସକମ୍ (DISCOM) ଦ୍ୱାରା ଘରୋଇ ଗ୍ରାହକଙ୍କ ଅଘୋଷିତ ବିଦ୍ୟୁତ୍ କାଟ୍ କରିପାରିବେ ନାହିଁ। କେବଳ ଅତ୍ୟାବଶ୍ୟକ ମରାମତି କିମ୍ବା ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସାମୟିକ ଭାବେ ବିଦ୍ୟୁତ୍ କାଟ୍ ହୋଇପାରିବ। ଏହି ସମସ୍ତ ପୂର୍ବ ନିର୍ଦ୍ଧାରିତ ବିଦ୍ୟୁତ୍ କାଟ୍ ବିଷୟରେ ଗ୍ରାହକମାନଙ୍କୁ SMS ଆଲର୍ଟ ଏବଂ ପବ୍ଲିକ୍ ଆଡ୍ରେସ୍ ସିଷ୍ଟମ୍ ମାଧ୍ୟମରେ ଆଗୁଆ ସୂଚନା ଦେବା ବାଧ୍ୟତାମୂଳକ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଶକ୍ତି ବିଭାଗ ଏବଂ ଡିଷ୍ଟ୍ରିବ୍ୟୁସନ କମ୍ପାନୀ ଗୁଡ଼ିକୁ ସେମାନଙ୍କ କର୍ମଚାରୀମାନଙ୍କୁ ଏହି ନିର୍ଦ୍ଦେଶ ବିଷୟରେ ଅବଗତ କରାଇବାକୁ ଅନୁରୋଧ କରିଛନ୍ତି। ଏହି ଘୋଷଣାର କଡ଼ାକଡ଼ି ଅନୁପାଳନ ନିଶ୍ଚିତ କରିବା ପାଇଁ ଏକ ଦୃଢ଼ ମନିଟରିଂ ବ୍ୟବସ୍ଥା ପ୍ରତିଷ୍ଠା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି, ଯାହା ଦ୍ୱାରା ପ୍ରଚଣ୍ଡ ଗ୍ରୀଷ୍ମ ସମୟରେ ଘରୋଇ ଗ୍ରାହକମାନେ ଆଶ୍ୱସ୍ତି ପାଇପାରିବେ। ଏହି ସମସ୍ତ ନିର୍ଦ୍ଦେଶାବଳିକୁ କାର୍ଯ୍ୟକାରୀ କରିବା ଏବଂ ସମୀକ୍ଷା କରି ଏକ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ ଶକ୍ତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking