17.1 C
Bhubaneswar
Friday, January 10, 2025
Homeଓଡିଶାସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ: ଏସ୍‌ଆରସି

ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ: ଏସ୍‌ଆରସି

ଭୁବନେଶ୍ୱର: ସେହିପରି ସମ୍ଭାବ୍ୟ ବାତ୍ୟାକୁ ନେଇ ଭୟଭୀତ ହେବାର କାରଣ ନାହିଁ । ଏହା ଓଡ଼ିଶା ଛୁଇଁବ ନାହିଁ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ବାତ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି । ୮ଟି ଜିଲ୍ଲାର ପ୍ରଶାସନ ସଚେତନ ଅଛି । ଜିଲ୍ଲାପାଳ ଓ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହିତ ଆଲୋଚନା ହୋଇଛି । ଦମକଳ ବାହିନୀ, ଓଡ୍ରାଫ, ଏନ୍‌ଡିଆରଏଫ୍‌, ତଟରକ୍ଷୀ ବାହିନୀ ଓ ନେଭି ପ୍ରସ୍ତୁତ ଅଛନ୍ତି । ସରକାର ସତର୍କତା ମୂଳକ ପଦକ୍ଷେପ ନେଇଛନ୍ତି ।

ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଉପକୂଳ ନଛୁଇଁଲେ ମଧ୍ୟ ଜିଲ୍ଲାପାଳମାନଙ୍କୁ ନିଜ ନିଜ ସ୍ତରରେ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ୨୨ତାରିଖ ସକାଳ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ଓ ୨୬ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନଯିବାକୁ କୁହାଯାଇଛି । ଏହାବ୍ୟତୀତ ଶ୍ରୀ ଜେନା ବଜାରରେ ଅଯଥା ଭିଡ଼ ନକରିବାକୁ ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି । ସମ୍ଭାବ୍ୟ ବାତ୍ୟା ଓଡ଼ିଶାରେ ପ୍ରବେଶ କରୁନଥିବାରୁ ଦୋକାନବଜାର ସ୍ୱାଭାବିକ ଖୋଲା ରହିବ । ତେଣୁ ବାତ୍ୟାକୁ ନେଇ ଅଯଥା ଦୋକାନବଜାର ଭିଡ଼ ନକରିବା ଓ ଆତଙ୍କିତ ନହେବାକୁ ସେ ପରାମର୍ଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking