20.1 C
Bhubaneswar
Saturday, December 6, 2025
Homeଓଡିଶା୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କର ହେବ ଡୋର୍ ଟୁ ଡୋର୍ ସର୍ଭେ: ପ୍ରଭାତୀ

୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କର ହେବ ଡୋର୍ ଟୁ ଡୋର୍ ସର୍ଭେ: ପ୍ରଭାତୀ

ଭୁବନେଶ୍ୱର: ସୁଭଦ୍ରା ସମୀକ୍ଷା ପରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା । ତୃତୀୟ ପର୍ଯ୍ୟାୟରୁ ବଞ୍ଚିତ ହୋଇଥିବା ୨ ଲକ୍ଷ ୮୫ ହଜାର ହିତାଧିକାରୀଙ୍କୁ ସାମିଲ ପାଇଁ ହେବ ଡୋର୍ ଟୁ ଡୋର୍ ସର୍ଭେ । ୧୫ ଦିନ ଭିତରେ ଫିଲ୍ଡ ଭିଜିଟ୍ କରି ତଦନ୍ତ ରିପୋର୍ଟ ଦେବେ ଅଧିକାରୀ । ଏହାସହ ଦୁଇ ଦିନ ଭିତରେ ଖୋଲିବ ଅଭିଯୋଗ ପୋର୍ଟାଲ । ବାଦ ପଡ଼ିଥିବା ହିତାଧିକାରୀମାନେ ପୋର୍ଟାଲରେ ଅଭିଯୋଗ କରି ଆଉ ଥରେ ସାମିଲ ପାଇଁ ଆବେଦନ କରିପାରିବେ । ଏହାସହ ସ୍ୱାସ୍ଥ୍ୟ ବିଭାଗ ତଥ୍ୟ ଅନୁସାରେ ମୃତ କି ଜୀବିତ ବୋଲି ଧରାଯିବ ବୋଲି କହିଛନ୍ତି ପ୍ରଭାତୀ ପରିଡା । ଅନ୍ୟପଟେ ୧୫ ହଜାର ୯୮୪ ହିତାଧିକାରୀ ମୃତ ହିତାଧିକାରୀ ବାଦ୍ ପଡ଼ିଥିବା ବେଳେ ୧୮୦୫ ଜଣ ଜୀବିତ ଅଛନ୍ତି । ସେମାନଙ୍କୁ ମଧ୍ୟ ଯୋଜନାରେ ସାମିଲ କରାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking