28.1 C
Bhubaneswar
Sunday, September 8, 2024
Homeଓଡିଶାବିଜେଡ଼ିରେ ମିଶିଲେ ଡାକ୍ତର ଅବିନାଶ ସାମଲ

ବିଜେଡ଼ିରେ ମିଶିଲେ ଡାକ୍ତର ଅବିନାଶ ସାମଲ

ଭୁବନେଶ୍ୱର : ଢେଙ୍କାନାଳ ଜିଲ୍ଲା ଖଡ଼ଗପ୍ରସାଦର ଡାକ୍ତର ଅବିନାଶ ସାମଲ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଶ୍ରୀ ମାନସ ମଙ୍ଗରାଜ ଓ ଢେଙ୍କାନାଳ ବିଧାୟକ ଶ୍ରୀ ସୁଧୀର କୁମାର ସାମଲଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ଅବିନାଶ ସାମଲଙ୍କୁ ଉପଢୌକନ ଦେଇ ଶ୍ରୀ ମଙ୍ଗରାଜ ଓ ଶ୍ରୀ ସାମଲ ଦଳକୁ ସ୍ୱାଗତ କରିଥିଲେ । ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ଅବିନାଶ ସାମଲ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ଦଳକୁ କୌଣସି ପଦପଦବୀ କିମ୍ବା ଉଦ୍ଦେଶ୍ୟ ନେଇ ଆସିନାହିଁ। ମାନ୍ୟବର ମୁଖ୍ୟମନ୍ତ୍ରୀ ଯେଉଁ ଦାୟିତ୍ୱ ଦେବେ ତାହାକୁ ମୁଁ ନିଷ୍ଠାର ସହ କରିବି । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ମଙ୍ଗରାଜ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking