24.1 C
Bhubaneswar
Sunday, November 22, 2026
Homeଓଡିଶାବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

ବିଧାନସଭା ପରିସରରେ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ନବଉତ୍କଳର ନିର୍ମାତା ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ବହୁମୁଖୀ ପ୍ରତିଭା ଓ ଅବଦାନ ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ । ତାଙ୍କର ବଳିଷ୍ଠ ନେତୃତ୍ୱ ଓ ତ୍ୟାଗପୂତ ଜୀବନ ଓଡ଼ିଶାକୁ ବି୍ରଟିଶ ଶାସନରୁ ମୁକ୍ତ କରି ଜନମାନସରେ ଏକ ନୂତନ କ୍ରାନ୍ତି ଆଣି ଦେଇଥିଲା । ଓଡ଼ିଶାର ମାଟି, ପାଣି, ପବନ ସହ ଓତଃପ୍ରୋତଃ ଭାବେ ଜଡ଼ିତ ମହତାବ ସାରା ରାଜ୍ୟରେ ଏକ ସଚେତନ ବାତାବରଣ ସୃଷ୍ଟି କରିଥିଲେ । ମହାତ୍ମା ଗାନ୍ଧୀଙ୍କର ଆଦର୍ଶରେ ଅନୁପ୍ରାଣିତ ହୋଇ ଅର୍ଦ୍ଧଶତାବ୍ଦୀରୁ ଊଦ୍ଧ୍ୱର୍କାଳ ଓଡ଼ିଶା ଓ ଭାରତବର୍ଷର ରାଜନୀତିକୁ ସେ ଆଚ୍ଛନ୍ନ କରି ରଖିଥିଲେ । ସ୍ୱାଧୀନତା ସଂଗ୍ରାମ ବ୍ୟତୀତ ସାହିତ୍ୟ ଓ ସଂସ୍କୃତିର ଅଗ୍ରଗତି ପାଇଁ ତାଙ୍କର ଅବଦାନ ଅତୁଳନୀୟ । ସେ ସୁପ୍ତ ଓଡ଼ିଆ ଜାତିର ପ୍ରାଣରେ ଅପୂର୍ବ ଜାଗରଣ ସୃଷ୍ଟି କରିଥିଲେ । ଆଜି ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ସରୋଜ ପ୍ରଧାନ, ବିଧାୟକ ଶ୍ରୀ ବାବୁ ସିଂ, ଶ୍ରୀ ବିଭୂତି ଭୂଷଣ ପ୍ରଧାନ, ଶ୍ରୀ ପୂର୍ଣ୍ଣଚନ୍ଦ୍ର ସେଠୀ ଓ ଶ୍ରୀ ଫକୀର ମୋହନ ନାୟକ, ପୂର୍ବତନ ମନ୍ତ୍ରୀ ଶ୍ରୀ ଅରବିନ୍ଦ ଢାଲି, ପୂର୍ବତନ ବିଧାୟକ ଶ୍ରୀ ପି୍ରୟଦର୍ଶୀ ମିଶ୍ର, ଉତ୍କଳ ସମ୍ମିଳନୀ, ପୂଜ୍ୟପୂଜା ସଂସଦ, ଚିନ୍ତା ଓ ଚେତନାର କାର୍ଯ୍ୟକର୍ତ୍ତା, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ପ୍ରମୁଖ ଉପସ୍ଥିତ ରହି ବିଧାନସଭା ପରିସରରେ ଥିବା ଡ. ମହତାବଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ଅବସରରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର ଶିଳ୍ପୀମାନେ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରିଥିଲେ । ସୁଶ୍ରୀ ରୋଜାଲିନ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking