37.2 C
Bhubaneswar
Friday, April 19, 2024
Homeଦେଶ ବିଦେଶଓଡିଶା ର ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ, ଘୋଷଣା କଲା ଏନ୍‌ଡିଏ

ଓଡିଶା ର ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ, ଘୋଷଣା କଲା ଏନ୍‌ଡିଏ

ନୂଆଦିଲ୍ଲୀ : ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କଲା ଏନ୍‌ଡିଏ । ପ୍ରେସ୍‌ମିଟ୍‌ରେ ଦ୍ରୌପଦୀଙ୍କ ନାଁ ଘୋଷଣା କଲା ବିଜେପି । ପ୍ରେସ୍‌ମିଟ୍‌ରେ ନାଁ ଘୋଷଣା କଲେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା । ଓଡ଼ିଶାର ଆଦିବାସୀ ନେତା ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ । ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଓଡ଼ିଶା ସରକାରରେ ମନ୍ତ୍ରୀ ଥିଲେ ଦ୍ରୌପଦୀ ମୁର୍ମୁ । ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବିଧାୟିକା ଥିଲେ ଦ୍ରୌପଦୀ ।  ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ୨୦ ଜୁନ ୧୯୫୮ । ସେ ଜଣେ ବିଶିଷ୍ଟ ରାଜନୀତିଜ୍ଞ ।

୨୦୧୫ ରୁ ୨୦୨୧ ମଧ୍ୟରେ ଝାଡ଼ଖଣ୍ଡର ରାଜ୍ୟପାଳ ରହିସାରିଛନ୍ତି। ସେ ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ଦୁଇଥର ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି । ପ୍ରଥମେ ୨୦୦୦ ଓ ପରେ ୨୦୦୪ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ମେଣ୍ଟ ଶାସନ ବେଳେ ସେ ସ୍ୱାଧୀନ ବାଣିଜ୍ୟ ଏବଂ ଗମନାଗମନ ମନ୍ତ୍ରୀ ଭାବେ କାର୍ଯ୍ୟ କରିଛନ୍ତି । ମତ୍ସ୍ୟ ଏବଂ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି । ଓଡ଼ିଶା ସରକାର ଅଧିନରେ ଜଳସେଚନ ଓ ବିଦ୍ୟୁତ ବିଭାଗରେ କନିଷ୍ଠ ସହାୟକ ଭାବେ ମଧ୍ୟ ସେ କାର୍ଯ୍ୟ କରିଛନ୍ତି । ଏହାପରେ ରାଇରଙ୍ଗପୁରଠାରେ ଥିବା ଅରବିନ୍ଦ ଇଂଟିଗ୍ରାଲ ଏଜୁକେସନରେ ଶିକ୍ଷକତା କରିଛନ୍ତି ।

ଆଜି ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ବିଜେପିର ସଂସଦୀୟ ବୋର୍ଡ ବୈଠକ ବସିଥିଲା । ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ରାଜନାଥ ସିଂହଙ୍କ ସମେତ ପ୍ରମୁଖ ବରିଷ୍ଠ ନେତାମାନେ ସାମିଲ ହୋଇଥିଲେ । ପୂର୍ବରୁ ବିରୋଧୀ ମହାମେଣ୍ଟ ପକ୍ଷରୁ ଯଶୱନ୍ତ ସିହ୍ନାଙ୍କ ନାମ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା ।

 

ଯଶୱନ୍ତ ସିହ୍ନା ରାଷ୍ଟ୍ରପତି ପ୍ରାର୍ଥୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking