ପୁରୀ: ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପୁଣି ଚାଲେଞ୍ଜ କଲେ ଅସାମାଜିକ ବ୍ୟକ୍ତି । ଏକାସାଙ୍ଗରେ ପୁଣି ଶ୍ରୀମନ୍ଦିର ନୀଳଚକ୍ର ଉପରେ ଉଡିଲା ଦୁଇ ଦୁଇଟି ଡ୍ରୋନ । ଦୀର୍ଘ ସମୟ ଧରି ଶ୍ରୀମନ୍ଦିର ଚୂଡ଼ାରେ ଚକ୍କର କାଟିଲା ଦୁଇଟି ଡ୍ରୋନ। ଅପରାହ୍ନ ୫ଟା ୨୩ ମିନିଟରେ ଏହି ଡ୍ରୋନ ଉଡୁଥିବା ନେଇ ସୂଚନା ରହିଛି ।ଗୋଟିଏ ପଟରେ କଡ଼ା ସୁରକ୍ଷା ଭିତରେ ରତ୍ନ ଗଣତି ଚାଲିଥିବା ବେଳେ ଏପଟେ ଡ୍ରୋନ ଉଡ଼ିବାକୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ । ତେବେ ଡ୍ରୋନ ଉଡ଼ିବା ସମୟରେ ବାନା ପରିବର୍ତ୍ତନ କରାଯାଉଥିବା ଦେଖିବାକୁ ମିଳିଛି । ତେବେ କିଏ ଏଭଳି ଦୁଃସାହାସିକ କାର୍ଯ୍ୟ କରିପାରିଲା ସେନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି । କହିରଖୁଛୁ କି, ୪୮ ବର୍ଷ ପରେ ରତ୍ନଭଣ୍ଡାର ଖୋଲାଯଆଇଥିବା ବେଳେ ଆଜି ଗଣତିମଣତି କରାଯାଉଛି । କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଗଣତିମଣତି ଜାରି ରହିଛି ।










