32.1 C
Bhubaneswar
Thursday, May 9, 2024
Homeଓଡିଶାମଧ୍ୟାହ୍ନ ଭୋଜନରେ ଶୁଖିଲା ଖାଦ୍ୟ

ମଧ୍ୟାହ୍ନ ଭୋଜନରେ ଶୁଖିଲା ଖାଦ୍ୟ

ଭୁବନେଶ୍ୱର : ଆସନ୍ତା ୨୧ରେ ରାଜ୍ୟରେ ଏକାଦଶ ଏବଂ ୨୫ରେ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ । ସକାଳ ୯ଟାରୁ ୧୨ଟା ୩୦ ଯାଏଁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଠପଢା ହେବ । ତେବେ ଦୀର୍ଘ ୧୮ ମାସ ପରେ ସ୍କୁଲ ଖୋଲୁଥିବାରୁ କିପରି ପିଲାଙ୍କୁ ପାଠ ପଢାଯିବ ସେନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଛି ମାର୍ଗଦର୍ଶିକା । ସ୍କୁଲ ଖୋଲିବା ପୂର୍ବରୁ ଅର୍ଥାତ୍ ୨୪ ତାରିଖ ଭିତରେ ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା ସମିତିର ବୈଠକ ବସିବ । ବିଦ୍ୟାଳୟ ପରିସରକୁ ପରିଷ୍କାର ପରିଚ୍ଛନ୍ନ ରଖାଯିବା ଉପରେ ଗୁରୁତ୍ୱ ଦିଆଯିବ । ସ୍କୁଲ ଖୋଲା ଯିବାର ପୂର୍ବ ଦିନ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଜଣାଇବେ ପ୍ରଧାନ ଶିକ୍ଷକ । ପ୍ରଥମ ଦିନରେ ପାଠ ପଢା ହେବନାହିଁ । କେବଳ ପିଲାଙ୍କ ସହ ଆଲୋଚନା ହେବ । ଶିକ୍ଷକ ଓ ପରିଚାଳନା କମିଟି ଆଲୋଚନା କରିବେ । ୨୭, ୨୮ ଓ ୨୯ ତାରିଖରେ ସ୍ୱତନ୍ତ୍ର ପରୀକ୍ଷା ଜରିଆରେ ଶିକ୍ଷଣ ସ୍ତର ଆକଳନ ହେବ । ମଧ୍ୟାହ୍ନ ଭୋଜନ ବଦଳରେ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ।

୧୮ ମାସ ପରେ ବିଦ୍ୟାଳୟ ଖୋଲୁଥିବାରୁ ପିଲାମାନଙ୍କର ଆବେଗିକ ଓ ମାନସିକ ଅବସ୍ଥାକୁ ଦୃଷ୍ଟିରେ ରଖି ଶିକ୍ଷକମାନେ ସେମାନଙ୍କୁ ଉଚିତ୍ ମାର୍ଗଦର୍ଶନ ଦେବେ ଓ ବିଦ୍ୟାଳୟ ପ୍ରତି ଆକୃଷ୍ଟ କରାଇବେ । ଏଥିପାଇଁ ବିଦ୍ୟାଳୟ ଖୋଲିବାର ପ୍ରଥମ ଦୁଇଦିନ ୨୫ ଓ ୨୬ ତାରିଖରେ ପିଲାମାନଙ୍କ ମଧ୍ୟରେ ଆଲୋଚନା, ତର୍କ ପ୍ରତିଯୋଗୀତା, ସଂଗୀତ ଗାନ, ଚିତ୍ରାଙ୍କନ, ମାଟିକାମ, କୋଭିଡ଼ ସମୟରେ ସମୟ କିପରି ବିତାଇଲ ତା’ ଉପରେ ଆଲୋଚନା କରାଯିବ । ସର୍ବୋପରି ବିଦ୍ୟାଳୟରେ ଏକ ଭୟମୁକ୍ତ ବାତାବରଣ ସୃଷ୍ଟି କରିବା ପାଇଁ ଶିକ୍ଷକମାନେ ପ୍ରଚେଷ୍ଟା କରିବେ। ଛାତ୍ରଛାତ୍ରୀମାନଙ୍କ ମନରେ ବିଦ୍ୟାଳୟ ଓ ପାଠପଢ଼ା ପ୍ରତି ଆଗ୍ରହ ସୃଷ୍ଟି କରିବା ଏହି କାର୍ୟ୍ୟକ୍ରମର ଲକ୍ଷ୍ୟ ।ଗତ ୧୮ ମାସ ଧରି ଛାତ୍ରଛାତ୍ରୀ ପାଠପଢ଼ା ଠାରୁ ଦୂରେଇ ରହିଥିବାରୁ ସେମାନଙ୍କର ଶିକ୍ଷଣସ୍ତର ବହୁତ କମିଯାଇଥିବ ବୋଲି ଆଶଙ୍କା କରାଯାଉଛି । ବର୍ତ୍ତମାନ ଅଷ୍ଟମ ଶ୍ରେଣୀରେ ପଢୁଥିବା ପିଲାମାନେ ୭ମ ଶ୍ରେଣୀରେ କିଛି ପଢ଼ିନାହାନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking