27.1 C
Bhubaneswar
Thursday, April 25, 2024
Homeଓଡିଶାରାଜଭବନକୁ ପ୍ରବେଶ ମନା

ରାଜଭବନକୁ ପ୍ରବେଶ ମନା

ଭୁବନେଶ୍ୱର: କରୋନା ସଂକ୍ରମଣ ଦୃଷ୍ଟିରୁ ରାଜଭବନକୁ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି । ଜୁଲାଇ ୩୧ ତାରିଖ ଯାଏ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି । ଫୋନ, ଫ୍ୟାକ୍ସ, ମେଲରେ ଯୋଗାଯୋଗ ପାଇଁ ରାଜଭବନ ପକ୍ଷରୁ ପରାମର୍ଶ ଦିଆଯାଇଛି । ସୂଚନା ଯୋଗ୍ୟ ଯେ, ଆଜି ମଧ୍ୟ ରାଜ୍ୟରେ ୫୨୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ୫୨୭ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୩୮ଟି କେସ ରହିଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ ୧୮୯ଟି ରହିଛି । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ୬୨୪କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ୫୨୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଂଜାମରୁ ସର୍ବାଧିକ ୨୧୫ ଜଣ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରୁ ୭୮ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୫୦, ବାଲେଶ୍ୱରରୁ ୨୬, ଯାଜପୁରରୁ ୨୫, ବଲାଙ୍ଗୀରରୁ ୨୧, ନୟାଗଡରୁ ୧୮, କଟକରୁ ୧୭, ପୁରୀରୁ ୧୬, ମୟୁରଭଂଜରୁ ୧୦, କେନ୍ଦୁଝରରୁ ୭ ଓ କୋରାପୁଟ ଜିଲ୍ଲାରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦ୍ରାପଡା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ୫ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking