37.1 C
Bhubaneswar
Monday, May 20, 2024
Homeଓଡିଶାରାଜ୍ୟରେ ଘନ କୁହୁଡ଼ି ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟରେ ଘନ କୁହୁଡ଼ି ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଘନ କୁହୁଡ଼ି ନେଇ ପାଣିପାଗ ବିଭାଗର ଚେତାବନୀ । ରାଜ୍ୟରେ ଘନ କୁହୁଡ଼ି ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗିର, ବୌଦ୍ଧ, ସୋନପୁର, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି ।

ଏପରିକି ୫୦ ମିଟରରୁ ୨ ଶହ ମିଟର ମଧ୍ୟରେ ରହିପାରେ ଭିଜିବିଲିଟି । ଆଜିଠାରୁ ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଏବଂ ଆସନ୍ତାକାଲି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ ଜିଲ୍ଲାରେ ହାଲୁକା ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ତେବେ ରାଜ୍ୟର ବାକି ଅଞ୍ଚଳରେ ପାଗ ଶୁଖିଲା ରହିବ । ମାତ୍ର ଶୀତ ବଢ଼ିବାର ସମ୍ଭାବନା କମ । ଆସନ୍ତା ପାଞ୍ଚ ଦିନ ପର୍ଯ୍ୟନ୍ତ ଶୀତ ବଢ଼ିବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking