29.1 C
Bhubaneswar
Saturday, July 27, 2024
Homeଓଡିଶାଲଘୁଚାପ ପ୍ରଭାବରେ ୯ ଜିଲ୍ଲାରେ ଛେଚିବ ବର୍ଷା

ଲଘୁଚାପ ପ୍ରଭାବରେ ୯ ଜିଲ୍ଲାରେ ଛେଚିବ ବର୍ଷା

 ଭୁବନେଶ୍ୱର: ସୋମବାର ଦିନ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ପ୍ରଭାବରେ, ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳସ୍ଥ ସମୁଦ୍ର ମଧ୍ଯରେ ମଙ୍ଗଳବାର ଦିନ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା  ହୋଇଥିବା ଦେଖିବାକୁ ମିଳିଛି। ଖାସ୍ କରି, ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି।

ସୂଚନା ଅନୁଯାୟୀ, ଆଜି ଓ ଆସନ୍ତାକାଲି ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି । ବିଶେଷ କରି, ଅନୁଗୁଳ, ବରଗଡ଼, ଝାରସୁଗୁଡ଼ା କଳାହାଣ୍ଡି, କନ୍ଧମାଳ, ସୋନପୁର, ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର ଆଦି ଜିଲ୍ଲାର ବହୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ କନ୍ଧମାଳ, କଳାହାଣ୍ତି, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଢେଙ୍କାନାଳ, ମୟୂରଭଞ୍ଜ, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ବର, ଭଦ୍ରକ ଓ କେନ୍ଦୁଝର ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି ।

ସେହିପରି ଆସନ୍ତା ଗୁରୁବାର ଦିନ ନୂଆପଡ଼ା, ବରଗଡ଼, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବଲାଙ୍ଗୀର, ସମ୍ବଲପୁର, କଳାହାଣ୍ତି ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଥିବାରୁ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ  ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking