24.1 C
Bhubaneswar
Saturday, March 28, 2026
Homeଓଡିଶାବର୍ଷା ଯୋଗୁ ସ୍ଥିତି ଅସମ୍ଭାଳ, ଆଜି ତିନି ଜିଲ୍ଲାରେ ସ୍କୁଲ ଛୁଟି

ବର୍ଷା ଯୋଗୁ ସ୍ଥିତି ଅସମ୍ଭାଳ, ଆଜି ତିନି ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି । ଫଳରେ ବିଭିନ୍ନ ସ୍ଥାନରେ ପରିସ୍ଥିତି ଅସମ୍ଭାଳ ହେଲାଣି। ପ୍ରବଳ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ଆଜି ତିନି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏହି ତିନି ଜିଲ୍ଲା ହେଉଛି ମାଲକାନଗିରି, ଗଂଜାମ ଓ କୋରାପୁଟ। ପରିସ୍ଥିତିକୁ ନଜରରେ ରଖି ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଆଜି ଏହି ତିନି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ମାଲକାନଗିରି ଓ ଗଞ୍ଜାମ ଜିଲ୍ଲାର ସ୍କୁଲ ଛୁଟି ନେଇ ଗତକାଲି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ଘୋଷଣା କରିଥିଲେ। ମାତ୍ର ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ଣ୍ଣିଂ ଜାରି କରାଯିବା ପରେ କୋରାପୁଟ ଜିଲ୍ଲାପାଳ ଆଜି ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। ଅବପାତ ପ୍ରଭାବରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା ପରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। କିନ୍ତୁ ସ୍କୁଲରେ ଶିକ୍ଷକ ଓ ଅନ୍ୟ କର୍ମଚାରୀମାନଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking