27.8 C
Bhubaneswar
Wednesday, April 17, 2024
Homeବ୍ରେକୀଙ୍ଗକେବେ ପାଳନ ହୁଏ ଦୁର୍ଗା ପୂଜା

କେବେ ପାଳନ ହୁଏ ଦୁର୍ଗା ପୂଜା

ଭୁବନେଶ୍ୱର: ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ୱିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ୱିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ୱାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking