27.1 C
Bhubaneswar
Friday, March 29, 2024
Homeଓଡିଶାଦୁର୍ଗା ପୂଜା ବିଷୟରେ ଜାଣନ୍ତୁ..

ଦୁର୍ଗା ପୂଜା ବିଷୟରେ ଜାଣନ୍ତୁ..

ଭୁବନେଶ୍ୱର : ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ୱିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦୁର୍ଗା ପୂଜା ଆଶ୍ୱିନ ମାସ ଶୁକ୍ଲ ପକ୍ଷ ଦଶମୀ ତିଥିରେ ସମାପ୍ତ ହୋଇଥାଏ ।

ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି – ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ। ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking