30.1 C
Bhubaneswar
Saturday, May 4, 2024
Homeଦେଶ ବିଦେଶଇ-ଶ୍ରମ ପୋର୍ଟାଲରେ ଅସଂଗଠିତ କ୍ଷେତ୍ରର ଶ୍ରମିକଙ୍କ ପଞ୍ଜୀକରଣ ୪ କୋଟି ଟପିଲା

ଇ-ଶ୍ରମ ପୋର୍ଟାଲରେ ଅସଂଗଠିତ କ୍ଷେତ୍ରର ଶ୍ରମିକଙ୍କ ପଞ୍ଜୀକରଣ ୪ କୋଟି ଟପିଲା

ଭୁବନେଶ୍ୱର: ମାତ୍ର ଦୁଇ ମାସ ମଧ୍ୟରେ ଇ-ଶ୍ରମ ପୋର୍ଟାଲରେ ୪ କୋଟିରୁ ଅଧିକ ଅସଂଗଠିତ କ୍ଷେତ୍ରର ଶ୍ରମିକ ପଞ୍ଜୀକରଣ କରିଛନ୍ତି। ସର୍ବାଧିକ ସଂଖ୍ୟକ ଶ୍ରମିକ ପଞ୍ଜୀକରଣ କରିବାରେ ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଓଡ଼ିଶା ସର୍ବାଗ୍ରେ ରହିଛି। ସଦ୍ୟତମ ତଥ୍ୟ ଅନୁଯାୟୀ, ଏହି ପୋର୍ଟାଲରେ ଓଡ଼ିଶାର ୮୮ ଲକ୍ଷ ୩୫ ହଜାର ୫୭୨ ଜଣ ଶ୍ରମିକ ପଞ୍ଜୀକରଣ କରିଛନ୍ତି। ଟୁଇଟ୍ ଯୋଗେ ଏହି ସୂଚନା ଦେଇ ଶ୍ରମ ଏବଂ ନିୟୋଜନ ମନ୍ତ୍ରୀ ଶ୍ରୀ ଭୂପେନ୍ଦର ଯାଦବ କହିଛନ୍ତି ଯେ, ଏହି ପୋର୍ଟାଲରେ ପଞ୍ଜୀକରଣ କରିବା ପରେ ଅସଂଗଠିତ କ୍ଷେତ୍ରର ଶ୍ରମିକମାନେ ସହଜରେ ସରକାରୀ ଯୋଜନାଗୁଡ଼ିକର ଲାଭ ପାଇପାରିବେ।

ନିର୍ମାଣ, ବସ୍ତ୍ର ଉତ୍ପାଦନ, ମତ୍ସ୍ୟଚାଷ, ଗିଗ୍ ଓ ପ୍ଲାଟଫର୍ମ କାମ, ଉଠାଦୋକାନୀ, ଘରୋଇ କର୍ମଜୀବୀ, କୃଷି ଏବଂ ଆନୁସଙ୍ଗିକ କ୍ଷେତ୍ର, ପରିବହନ କ୍ଷେତ୍ର ଆଦି ବିଭିନ୍ନ କ୍ଷେତ୍ରର ଶ୍ରମିକମାନେ ଏହି ପୋର୍ଟାଲରେ ପଞ୍ଜୀକରଣ କରିଛନ୍ତି। ଏଥିମଧ୍ୟରୁ କେତେକ କ୍ଷେତ୍ରରେ ବହୁସଂଖ୍ୟାରେ ପ୍ରବାସୀ ଶ୍ରମିକ ନିୟୋଜିତ ଅଛନ୍ତି। ପ୍ରବାସୀ ଶ୍ରମିକଙ୍କ ସମେତ ଅସଂଗଠିତ କ୍ଷେତ୍ରର ସମସ୍ତ ଶ୍ରମିକ ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକରଣ କରିବା ଜରିଆରେ ସରକାରଙ୍କ ବିଭିନ୍ନ ସାମାଜିକ ସୁରକ୍ଷା ଏବଂ ନିଯୁକ୍ତି ଆଧାରିତ ଯୋଜନାର ଲାଭ ପାଇବାକୁ ସକ୍ଷମ ହେବେ।

ସଦ୍ୟତମ ତଥ୍ୟ ଅନୁଯାୟୀ, ୪.୦୯ କୋଟି ଶ୍ରମିକ ଏହି ପୋର୍ଟାଲରେ ପଞ୍ଜୀକରଣ କରିଛନ୍ତି। ଏଥିମଧ୍ୟରୁ ୫୦.୦୨ ପ୍ରତିଶତ ହିତାଧିକାରୀ ମହିଳା ଏବଂ ୪୯.୯୮ ପ୍ରତିଶତ ହିତାଧିକାରୀ ପୁରୁଷ। ପ୍ରାୟତଃ ସମାନ ସଂଖ୍ୟକ ପୁରୁଷ ଏବଂ ମହିଳାମାନେ ଏହି ଅଭିଯାନର ଅଂଶବିଶେଷ ହେବା ବିଶେଷ ଉତ୍ସାହଜନକ। ଲିଙ୍ଗ ଅନୁପାତରେ ସାପ୍ତାହିକ ପଞ୍ଜୀକରଣ ବୃଦ୍ଧି ପରିଲକ୍ଷିତ ହୋଇଛି। ପୁରୁଷ ଓ ମହିଳା ଶ୍ରମିକମାନେ ତୁଳନାତ୍ମକ ଭାବେ ପଞ୍ଜୀକରଣ କରୁଛନ୍ତି । ଏହି ପୋର୍ଟାଲରେ ଶ୍ରମିକ ପଞ୍ଜୀକରଣ କରିବାରେ ଓଡ଼ିଶା ସବୁଠୁ ଆଗରେ ରହିଥିବା ବେଳେ ଏହାପଛକୁ ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶ, ବିହାର ଏବଂ ମଧ୍ୟପ୍ରଦେଶ ରହିଛନ୍ତି। ନିମ୍ନ ଗ୍ରାଫରେ ଏହାର ତଥ୍ୟ ପ୍ରଦାନ କରାଯାଇଛି। ତେବେ ଛୋଟ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶଗୁଡ଼ିକରେ ମଧ୍ୟ ଶ୍ରମିକ ପଞ୍ଜୀକରଣ ସଂଖ୍ୟା ଉତ୍ସାହଜନକ ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking