28.1 C
Bhubaneswar
Saturday, April 27, 2024
Homeନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରାରମ୍ଭିକ ଜୀବନ

ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରାରମ୍ଭିକ ଜୀବନ

ଭୁବନେଶ୍ୱର : ସୁଭାଷ ଚନ୍ଦ୍ର ବୋଷ ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ ।
ପ୍ରାରମ୍ଭିକ ଜୀବନ

ସୁଭାଷ, ବାପା ଜାନକୀ ନାଥ ବୋଷଙ୍କ ଔରସରୁ ଓ ମାଆ ପ୍ରଭାବତୀ ଦେବୀଙ୍କ ଠାରୁ ୧୮୯୭ ମସିହା ଜାନୁଆରୀ ୨୩ ତାରିଖ ଦିନ ଓଡ଼ିଶାର କଟକ ସହରଠାରେ ଜନ୍ମ ନେଇଥିଲେ । ତାଙ୍କ ପିତା ଥିଲେ ଜଣେ ଆଇନଜୀବି । ଚ‍ଉଦ ଭାଇଭ‍ଉଣୀଙ୍କ ମଧ୍ୟରୁ ସେ ଥିଲେ ନବମ । ଅନ୍ୟ ଭାଇଭ‍ଉଣୀଙ୍କ ପରି ତାଙ୍କ ଶିକ୍ଷା ବାପଟିଷ୍ଟ ମିଶନଦ୍ୱାରା ପରିଚାଳିତ ପ୍ରୋଟେଷ୍ଟାଣ୍ଟ ଇଉରୋପିଆନ ସ୍କୁଲରେ ଜାନୁଆରୀ ୧୯୦୨ରେ ଆରମ୍ଭ ହେଲା । ୧୯୦୯ରେ କଟକର ରେଭେନ୍ସା କଲେଜିଏଟ ସ୍କୁଲକୁ ସ୍ଥାନାନ୍ତରଣ ପରେ ସେହିଠାରୁ ସେ ୧୯୧୩ରେ ମ୍ୟାଟ୍ରିକ ପରୀକ୍ଷାରେ ଦ୍ୱିତୀୟ ସ୍ଥାନ ରଖି ଉତ୍ତୀର୍ଣ୍ଣ ହେଲେ । ପ୍ରଥମଟି ଦିନରୁ ହିଁ ତାଙ୍କ ପ୍ରଧାନଶିକ୍ଷକ ବେନିମାଧବ ଦାସ ତାଙ୍କ ପ୍ରତିଭାକୁ ଚିହ୍ନିଥିଲେ । ମାଧ୍ୟମିକ ଶିକ୍ଷା ସମାପ୍ତ କଲାପରେ କଲିକତାର ପ୍ରେସିଡେନ୍ସୀ କଲେଜରେ ଦର୍ଶନ ଶାସ୍ତ୍ର ଏବଂ ସ୍କଟିସ ଚର୍ଚ୍ଚ କଲେଜରେ ପାଠ ପଢ଼ିଥିଲେ । ପ୍ରେସିଡେନ୍ସୀ କଲେଜରେ ପଢୁଥିବା ସମୟରେ ଅଧ୍ୟାପକ ସି.ଏଫ୍. ଓ୍ୱେଟେନଙ୍କ ଭାରତ ବିରୋଧୀ ମନ୍ତବ୍ୟରେ କ୍ଷୁବ୍ଧ ହୋଇ ଅନ୍ୟ ପିଲାଙ୍କ ସହିତ ତାଙ୍କୁ ଦୁର୍ବ୍ୟବହାର କରିଥିବା କାରଣରୁ କଲେଜରୁ ବହିଷ୍କୃତ ହୋଇଥିଲେ ।

୧୯୧୯ ମସିହାରେ ପିତାଙ୍କ ବାଧ୍ୟବାଧ୍ୟକତାରେ ବିଲାତ ଯାଇ ୧୯୨୦ ମସିହରେ ଆଇ. ସି. ଏସ. ପରୀକ୍ଷାରେ ଚତୁର୍ଥ ସ୍ଥାନରେ ଉତ୍ତୀର୍ଣ୍ଣ ହୋଇଥିଲେ । ୧୯୨୧ରେ ଆଇସିଏସର ତାଲିମ ନେଉଥିବା ବେଳେ ଭାରତରେ ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ଘଟିଥିଲା, ତେଣୁ ସେ ଅଧାରୁ ତାଲିମ ଛାଡ଼ି ଭାରତ ଫେରି ଆସିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking