21.1 C
Bhubaneswar
Saturday, February 14, 2026
Homeଦେଶ ବିଦେଶଦିଲ୍ଲୀ-ଏନସିଆରରେ ଭୂମିକମ୍ପ ଝଟକା

ଦିଲ୍ଲୀ-ଏନସିଆରରେ ଭୂମିକମ୍ପ ଝଟକା

ନୂଆଦିଲ୍ଲୀ : ଆଫଗାନିସ୍ତାନରେ ଭୂମିକମ୍ପର ଶକ୍ତିଶାଳୀ ଭୂମିକମ୍ପର ପ୍ରଭାବ ଏନସିଆର ଏନସିଆର ପର୍ଯ୍ୟନ୍ତ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୫.୭ ରହିଥିଲା। ୨୫୫ କିଲୋମିଟର ଗଭୀରତାରେ ଭୂମିକମ୍ପ ଅନୁଭୂତ ହୋଇଥିଲା। ଆଫଗାନିସ୍ତାନ ସମୟ ଅନୁଯାୟୀ, ପୂର୍ବାହ୍ନ ୧୧ଟା ୨୬ମିନିଟରେ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହାର ପ୍ରଭାବ ଦିଲ୍ଲୀରେ ଦେଖିବାକୁ ମିଳିଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ କାବୁଲଠାରୁ ଅଳ୍ପ ଦୂରରେ ଥିଲା। ଏହାର ତୀବ୍ରତା ଏତେ ଅଧିକ ଥିଲା ଯେ ଏନସିଆରରେ ମଧ୍ୟ ପୃଥିବୀ ଥରିବାକୁ ଲାଗିଥିଲା। ମାଟି କମ୍ପନ ଯୋଗୁଁ ଲୋକେ ଭୟଭୀତ ହୋଇ ଘରୁ ବାହାରକୁ ଆସିଥିଲେ। ସୂଚନାଯୋଗ୍ୟ, ଦୁଇ ସପ୍ତାହ ତଳେ ଆଫଗାନିସ୍ତାନରେ ଭୂମିକମ୍ପର ଝଟକା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୮ ରହିଥିଲା। ତେବେ ଏଥିରେ କୌଣସି ଧନଜୀବନ କ୍ଷୟକ୍ଷତି ହୋଇନାହିଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking