27.1 C
Bhubaneswar
Thursday, May 29, 2025
Homeଦେଶ ବିଦେଶକଦଳୀ ପତ୍ରରେ ଖାଦ୍ୟ ଖାଇଲେ ବୃଦ୍ଧି ହୁଏ ଆୟୁଷ

କଦଳୀ ପତ୍ରରେ ଖାଦ୍ୟ ଖାଇଲେ ବୃଦ୍ଧି ହୁଏ ଆୟୁଷ

ନୂଆଦିଲ୍ଲୀ: ଭୋଜନ କରିବା ପୂର୍ବରୁ କେତେକ ଦିଗ ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ। ହୁଏତ ସଭିଏଁ ଏହା ଜାଣିନଥିବେ। ଯାହାର ପ୍ରଭାବ ଆମ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପଡିଥାଏ।
୧- ଦକ୍ଷିଣ ହସ୍ତରେ ଭୋଜନ: ହିନ୍ଦୁଧର୍ମରେ ଭୋଜନକୁ ଯଜ୍ଞ ସହ ତୁଳନା କରାଯାଇଛି। ତେଣୁ ଯଜ୍ଞ ସର୍ବଦା ଦକ୍ଷିଣ ହସ୍ତରେ କରିବା ଦ୍ୱାରା ହିଁ ଏହାର ପ୍ରକୃତ ମହତ୍ତ୍ୱ ସାଧିତ ହୋଇଥାଏ। ତେଣୁ ଦକ୍ଷିଣ ହସ୍ତରେ ଖାଦ୍ୟ ଖାଇବା ଦ୍ୱାରା ମନ ଓ ଶରୀରକୁ ଶାନ୍ତି ପ୍ରାପ୍ତି ହୋଇଥାଏ।

ଦକ୍ଷିଣ ହସ୍ତକୁ ସୂର୍ୟ୍ୟ ନାଡ଼ିର ପ୍ରତିନିଧତ୍ୱ କୁହାଯାଇଥାଏ। ଏହି ହସ୍ତରେ ଭୋଜନ କରିବା ଦ୍ୱାରା ଶରୀରକୁ ସକରାତ୍ମକ ଶକ୍ତି ପ୍ରବେଶ କରିଥାଏ। ଖାଦ୍ୟ ସଠିକ୍‍ ଭାବେ ହଜମ ହୋଇଥାଏ।

ଏହି ହସ୍ତରେ ଖାଦ୍ୟ ଖାଇବା ପରେ ମଧ୍ୟ ଶାନ୍ତି ଅନୁଭବ ହୋଇଥାଏ ବୋଲି କୁହାଯାଏ। ଶାସ୍ତ୍ର ଅନୁଯାୟୀ ଏହି ହସ୍ତରେ ଖାଦ୍ୟ ଖାଇବା ଦ୍ୱାରା ଶରୀର ସଂପୂର୍ଣ ଭାବେ ଖାଦ୍ୟ ଗ୍ରହଣ କରିଥାଏ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି।

୨- ଶାସ୍ତ୍ର ଅନୁଯାୟୀ, ଭୋଜନ ଥାଳିରେ କଦାପି ଏକାସହ ୩ଟି ରୁଟି ରଖି ଖାଆନ୍ତୁ ନାହିଁ । ଏକାସହ ୩ଟି ରୁଟି ମଧ୍ୟ ପରଷନ୍ତୁ ନାହିଁ । କୌଣସି ଶୁଭ କାର୍ୟ୍ୟରେ ୩ ଅଙ୍କ ବିଶିଷ୍ଟ ଜିନିଷ ବାରଣ କରାଯାଇଥାଏ । ଭୋଜନ ମଧ୍ୟ ଶୁଭ। ତେଣୁ ଏକାସହ ୩ ସଂଖ୍ୟାରେ ପରଷା ଯିବା ଦ୍ୱାରା ସ୍ୱାସ୍ଥ୍ୟ ଉପରେ କୁପ୍ରଭାବ ପଡିଥାଏ । ଭୋଜନ କରିବା ପୂର୍ବରୁ ୨ ହାତ, ଗୋଡ, ମୁହଁକୁ ଭଲ ଭାବେ ଧୋଇ ଭୋଜନ କରିବା ଉଚିତ।

୩- କଦଳୀ ପତ୍ରକୁ ପୁରାଣରେ ସୁନାର ଥାଳି କୁହାଯାଇଛି । କଦଳୀ ପତ୍ରରେ ଖାଇବା ଦ୍ୱାରା ଆୟୁଷ ବଢ଼ିଥାଏ ବୋଲି ପୁରାଣରେ କୁହାଯାଇଛି। ଭଗବାନଙ୍କ ନିକଟରେ ଏହି ପତ୍ରରେ ଭୋଗ ଲଗାଯାଉଥିବାରୁ ଏଥିରେ ଖାଇବା ଦ୍ୱାରା ଧାର୍ମିକ ଭାବନା ସୃଷ୍ଟି ହୋଇଥାଏ। ଖାଦ୍ୟ ଅଧିକ ସ୍ୱାଦିଷ୍ଟ ଲାଗିଥାଏ।କଦଳୀ ପତ୍ରରେ ବହୁ ପ୍ରକାର ଆଣ୍ଟି-ଅକ୍ସିଡ଼ାଣ୍ଟ ରହିଛି। ଯାହା ବହୁ ପତ୍ର ବିଶିଷ୍ଟ ଶାଗରୁ ମିଳିଥାଏ। ତେଣୁ ଏହି ପତ୍ରରେ ଖାଦ୍ୟ ଖାଇବା ଦ୍ୱାରା ଆମକୁ ବିଭିନ୍ନ ଆଣ୍ଟି-ଅକ୍ସିଡ଼ାଣ୍ଟ ମିଳିଥାଏ। ଯାହା ଆମ ତ୍ୱଚା ପାଇଁ ଖୁବ ଲାଭଦାୟକ। ଖାଦ୍ୟ ଗରମ ଥିବା ସମୟରେ ଏହାକୁ କଦଳୀ ପତ୍ରରେ ଖାଇବା ଦ୍ୱାରା ଏହି ପତ୍ରରେ ଥିବା ପୋଷକ ତତ୍ତ୍ୱ ଖାଦ୍ୟକୁ ଆସିଥାଏ। ଯାହା ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ ଅଟେ। ମାନସିକ ଶାନ୍ତି ମିଳିଥାଏ। ଖାଦ୍ୟ ଖାଇବା ମାତ୍ରେ ଏକ ଭିନ୍ନ ଆତ୍ମସନ୍ତୋଷ ଲାଭ ହୋଇଥାଏ। ନିୟମିତ କଦଳୀ ପତ୍ରରେ ଖାଦ୍ୟ ଖାଇଲେ କେଶ ସୁନ୍ଦର ଓ ଘନ ହୋଇଥାଏ। ଏଥିରେ ଖାଇବା ଦ୍ୱାରା ପେଟ ଜନିତ ସମସ୍ୟା ଯଥା କୋଷ୍ଠକାଠିନ୍ୟ, ଏସିଡ଼ିଟି, ବଦହଜମି ଆଦି ଦୂର ହୋଇଥାଏ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking