19.1 C
Bhubaneswar
Wednesday, February 11, 2026
Homeଓଡିଶାଆସନ୍ତା ଡିସେମ୍ବର ୧୫ ରୁ କୋଣାର୍କରେ ଇକୋ ରିଟ୍ରିଟ୍

ଆସନ୍ତା ଡିସେମ୍ବର ୧୫ ରୁ କୋଣାର୍କରେ ଇକୋ ରିଟ୍ରିଟ୍

ପୁରୀ: କୋଣାର୍କ ମେରାଇନ ଡ୍ରାଇଭ ଠାରେ ଇକୋ ରିଟ୍ରିଟ୍ ଚଳିତ ବର୍ଷ ଡିସେମ୍ବର ୧୫ ତାରିଖରୁ ଆରମ୍ଭ ହେବ।ତେବେ ସମସ୍ତ ବିଭାଗ ସେମାନ ଙ୍କୁ ନ୍ୟସ୍ତ ଦାୟିତ୍ୱ କୁ ତ୍ୱରାନ୍ୱିତ କରିବା ଡିସେମ୍ବର ୧ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲାପାଳ ଙ୍କ ଆବାସିକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ପୂର୍ବ ବର୍ଷ ର ଅଭିଜ୍ଞତା ଓ ଅନୁଭବ କୁ ଆଧାର କରି ଚଳିତ ବର୍ଷ ର ଇକୋ ରିଟ୍ରିଟ୍ କୁ ଅଧିକ ଆକର୍ଷଣୀୟ ଓ ମନୋଜ୍ଞ ଭାବେ ଆୟୋଜନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଯେଉଁ ବିଭାଗ ର ଯାହା ଦାୟିତ୍ୱ ତାହାକୁ ନିଷ୍ଠାପର ଓ ଧାର୍ଯ୍ୟ ସମୟ ପୂର୍ବରୁ ସାରିବାକୁ ସେ ପରାମର୍ଶ ଦେଇଥିଲେ। ପ୍ରତ୍ୟେକ ବିଭାଗ ପ୍ରତ୍ୟେକ ଙ୍କ ସହ ସମନ୍ୱୟ ରଖି କାମ କରି ବାହାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କୁ ସହଯୋଗ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ପର୍ଯ୍ୟଟନ ବିଭାଗ ଜିଲ୍ଲା ପ୍ରଶାସନ ଓ ଇ ଫାକ୍ଟର ଏଜେନ୍ସି ର ମିଳିତ ସହଯୋଗ ରେ ଇକୋ ରିଟ୍ରିଟ୍ ଚଳିତ ବର୍ଷ ଡିସେମ୍ବର ୧୫ ରୁ ୩ ମାସ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଲକଜରି ଟେଣ୍ଟ ବ୍ୟବସ୍ଥା କରାଯିବ ଯେଉଁଥିରେ ତାରକା ହୋଟେଲ ଅନୁରୂପ ସୁବିଧା ଯୋଗାଇ ଦିଆଯିବ। ଇକୋ ରିଟ୍ରିଟ୍ ସମୟରେ ଜଳକ୍ରିଡା, ବିଚ ସ୍ପୋର୍ଟସ, ଇଣ୍ଡୋର ଗେମ ଇତ୍ୟାଦି ବ୍ୟବସ୍ଥା ମଧ୍ୟ ଉପଲବ୍ଧ ହେବ। ନିରବଛିନ୍ନ ବିଦ୍ୟୁତ ଯୋଗାଣ, ପାଣି ଯୋଗାଣ, ଚନ୍ଦ୍ରଭାଗା ଠାରୁ ରାମଚଣ୍ଡୀ ପର୍ଯ୍ୟନ୍ତ ରାସ୍ତା ଆଲୋକୀକରଣ, ମୋବାଇଲ ନେଟୱାର୍କ ସହ ସ୍ୱାସ୍ଥ୍ୟ ଚିକିତ୍ସା ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ଟ୍ରାଫିକ ବ୍ୟବସ୍ଥା, ପାର୍କିଂ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା, ୨୪ ଘଣ୍ଟିଆ ଲାଇଫ ଗାର୍ଡ ବ୍ୟବସ୍ଥା ଆଦି କରାଯିବ। ପର୍ଯ୍ୟଟକ ମାନଙ୍କ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯିବ ବୋଲି ସ୍ଥିର ହୋଇଛି। ସମସ୍ତ କାର୍ଯ୍ୟ କୁ ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବା ସହ ଆସୁଥିବା ପର୍ଯ୍ୟଟକ ମାନେ ଯେପରି ଏକ ସୁଖଦ ଅନୁଭବ ନେଇ ଫେରିବେ ସେଥିପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ।ସେହିପରି ଆଲୋକୀକରଣ ପାଇଁ ବ୍ୟବହୃତ ସିଷ୍ଟମ ଗୁଡିକ କୋଣାର୍କ ଏନଏସି ପକ୍ଷରୁ ଇକୋ ରିଟ୍ରିଟ ପରେ ଖୋଲି ଦାୟିତ୍ୱ ରେ ରଖାଯିବା ଓ ପରବର୍ତ୍ତୀ ବର୍ଷ ମାନଙ୍କ ରେ ଉପଯୋଗ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking