32.1 C
Bhubaneswar
Saturday, May 4, 2024
Homeଅପରାଧପ୍ରଦୀପ ପାଣିଗ୍ରାହୀଙ୍କୁ ଅଣ୍ଡା ଓ ପଥର ମାଡ଼ ; ସିଏମଓ ଙ୍କୁ ମେଲ କଲେ ପ୍ରଦୀପ

ପ୍ରଦୀପ ପାଣିଗ୍ରାହୀଙ୍କୁ ଅଣ୍ଡା ଓ ପଥର ମାଡ଼ ; ସିଏମଓ ଙ୍କୁ ମେଲ କଲେ ପ୍ରଦୀପ

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜୋରଦାର ବିରୋଧ । ବ୍ରହ୍ମପୁରରେ ପ୍ରବେଶ ବେଳେ ତାଙ୍କୁ ବିରୋଧ କରାଯାଇଛି । ଜାତୀୟ ରାଜପଥରେ ତାଙ୍କୁ ବିରୋଧ କରିଛନ୍ତି ବିଜେଡି କର୍ମୀ । ୫-ଟି ସଚିବଙ୍କ କାର୍ଯ୍ୟକ୍ରମକୁ ସେ ଯାଉଥିବା ବେଳେ ତାଙ୍କୁ ବିରୋଧ କରାଯାଇଛି । ଗୋପାଳପୁର ବିଧାୟକ ଭାବେ ସେ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିଲେ । ଏହି ସମୟରେ ଲାଞ୍ଜିପଲ୍ଲୀ ଏନଏଚ ନିକଟରେ ତାଙ୍କୁ ବିରୋଧ କରିଛନ୍ତି ବିଜେଡି କର୍ମୀ । ଫଳରେ ରାସ୍ତା ଉପରେ ଦୀର୍ଘ ସମୟ ଧରି ଅଟକି ରହିଛନ୍ତି ବିଧାୟକ ।ତେବେ ବିଧାୟକ ପୂର୍ବରୁ ଏନେଇ ଆଶଙ୍କା କରିଥିଲେ । ଏହାସହ ପ୍ରେସ୍‌ କନ୍‌ଫରେନ୍ସ ଜରିଆରେ ଗତକାଲିଠାରୁ ସମସ୍ତଙ୍କୁ ସୂଚନା ଦେଇଥିଲେ । ସେ ସିଧା ସଳଖ କହିଥିଲେ ଯେ, ‘ମୋର ଗଞ୍ଜାମ ଗସ୍ତ ବେଳେ ବିଜେଡି କର୍ମୀଙ୍କ ଦ୍ୱାରା ମୋତେ ବିରୋଧ କରିବାର ଯୋଜନା କରାଯାଇଛି । ଏମିତିକି ମୋତେ ଆକ୍ରମଣ କରିବାର ପ୍ଲାନ୍‌ ମଧ୍ୟ ରହିଛି । ଏହାସହ ମୋତେ ଅଟକାଇବାକୁ ଚେଷ୍ଟା କରାଯିବ ବୋଲି ମଧ୍ୟ ପ୍ଲାନ୍‌ ରହିଛି । ମୋତେ ଗଞ୍ଜାମ ଯିବାକୁ ଦେବେ ନାହିଁ ବୋଲି ବିଜେଡି ବିଭିନ୍ନ ସ୍ଥାନରେ ନିଜ କର୍ମୀଙ୍କୁ ରଖି ବିରୋଧ କରିବାର ଯୋଜନା କରିଛି ।’ ତେବେ ଗତକାଲି ବିଧାୟକ ପ୍ରଦୀପ ପାଣିଗ୍ରାହୀ ଯାହା ଯାହା କହିଥିଲେ ଠିକ୍‌ ସେହିଭଳି ଘଟଣା ଆଜି ଘଟିଛି । ବିଜେଡି ପକ୍ଷରୁ ତାଙ୍କୁ ବିରୋଧ କରାଯାଇଛି । କିଛି ବିଜେଡି କର୍ମୀ ତାଙ୍କ କାର୍ ଆଗକୁ ଦୌଡ଼ି ଆସିବା ସହ ତାଙ୍କ କାର ଉପରେ ମଧ୍ୟ ଚଢ଼ି ଯାଇଥିଲେ । ସେଠାରେ ବିଜେଡି କର୍ମୀ ଓ ପ୍ରଦୀପଙ୍କ ସମର୍ଥଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ମଧ୍ୟ ଉପୁଜିଥିଲା । ପ୍ରଦୀପ ପାଣିଗ୍ରାହୀଙ୍କୁ ଗାଡି କୁ ଅଣ୍ଡା ଓ ପଥର ମାଡ଼ କଲେ ବିରୋଧୀ | ଅଣ୍ଡା ଓ ପଥର ସହ ବୋତଲ ମଦ କଲେ ବିଜେଡି କର୍ମୀ | ନିଜ ଗାଡି ଭିତରେ ବସି ଘଟଣା ସମ୍ପର୍କରେ ମେଲ କଲେ ବିଧାୟକ | ନିଜ ମୋବାଇଲ ରୁ ସିଏମଓ , ମୁଖ୍ୟ ସଚିବଙ୍କୁ ମେଲ କଲେ | ଡିଜିପି , ଦକ୍ଷିଣାଞ୍ଚଳ ଆଇଜି ଓ ଗୃହ ବିଭାଗ କୁ ମଧ୍ୟ ମେଲ |

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking