13.1 C
Bhubaneswar
Sunday, December 7, 2025
Homeଓଡିଶାଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି

ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି

ପୁରୀ: ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି । ସ୍ନାନ ପୂର୍ଣ୍ଣିମା ଠାରୁ ଅଣସର ଘରେ ଅସୁସ୍ଥ ଥିବା ଚତୁର୍ଦ୍ଧାମୂର୍ତ୍ତୀ ଦଶମୀ ତିଥିରେ ଶଯ୍ୟା ଛାଡିଛନ୍ତି । ଅଣସର ଘରେ ଚକାରେ ବିଜେ ହୋଇଛନ୍ତି ଶ୍ରୀବିଗ୍ରହ । ଏକାଦଶୀ ତିଥିରେ ଦଶମୂଳ ସେବନ ପରେ ମହାପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହେବେ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଓଷ ଲାଗି ପରେ ଧିରେ ଧିରେ ଜ୍ୱରରୁ ଉପଶମ ହୋଇଛନ୍ତି । ଦୀର୍ଘ ୯ ଦିନ ଜ୍ୱରରେ ପୀଡିତ ହୋଇ ଅଣସର ପିଣ୍ଡିରେ ବିଶ୍ରାମ ନେଉଥିବା ଶ୍ରୀଜୀଉ  ଉଠି ବସିଛନ୍ତି । ଆଜି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ଠାରେ ଦଶମୂଳ ମୋଦକ ଲାଗି କରାଯିବ । ଏହାପରେ ଅସୁସ୍ଥ ଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ । ଗତକାଲି ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଦଶମୂଳ ମୋଦକ ସାତୋଟି ବଢାରେ ଶ୍ରୀମନ୍ଦିରରେ ଆସି ପହଞ୍ଚିଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking