34.1 C
Bhubaneswar
Friday, March 29, 2024
Homeଓଡିଶାବର୍ଷକରେ ସରିବ ଏକାମ୍ରକ୍ଷେତ୍ର ଯୋଜନା

ବର୍ଷକରେ ସରିବ ଏକାମ୍ରକ୍ଷେତ୍ର ଯୋଜନା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକାମ୍ରକ୍ଷେତ୍ର ଯୋଜନାକୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା । ଶ୍ରୀ ଲିଙ୍ଗରାଜ ମନ୍ଦିର ନିକଟ ୬୬ ଏକର ପରିମିତ ଜମି ଉପରେ ଏହି ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି ।ଲିଙ୍ଗରାଜ ମନ୍ଦିର ଚତୁପାର୍ଶ୍ବର ଭବ୍ୟ ବିକାଶ କରାଯାଇ ଏଠାରେ ଏକ ଅଧ୍ୟାତ୍ମିକ, ଶାନ୍ତ ତଥା ଭକ୍ତି ପରିବେଶ ସୃଷ୍ଟି କରାଯାଉଛି।
ଲିଙ୍ଗରାଜ ମନ୍ଦିରର ଚତୁଃପାଶ୍ୱର୍ରେ ଶିବରାତ୍ରିରେ ଦୁଇ ଲକ୍ଷରୁ ଅଧିକ ଲୋକ ସମବେତ ହୋଇପାରିବେ ।ଏହାସହ ବିନ୍ଦୁ ସାଗରରେ ଚନ୍ଦନଯାତ୍ରା ଦେଖିପାରିବେ । ପୂର୍ବରୁ ୧୦ରୁ ୧୫ ହଜାର ଲୋକ ମନ୍ଦିର ସମ୍ମୁଖରେ ସମବେତ ହେବାରେ ଅସୁବିଧା ହେଉଥିଲା ।
ଶିବରାତ୍ରି ସହିତ ଅଶୋକାଷ୍ଟମୀ ରଥଯାତ୍ରା ଏବଂ ମହାପ୍ରଭୁଙ୍କର ଅନ୍ୟ ଯାନିଯାତ୍ରା ସମୟରେ ତୀର୍ଥଯାତ୍ରୀ ପରିଚାଳନାରେ ମଧ୍ୟ ଏହା ବିଶେଷ ସହାୟକ ହେବ।
ଶ୍ରାବଣ ମାସରେ ଲକ୍ଷ ଲକ୍ଷ ଲୋକ କାଉଡିଆ ଶ୍ରୀ ଲିଙ୍ଗରାଜ ମନ୍ଦିର ଆସିଥାନ୍ତି। ସେମାନେ ଯେପରି ସୁବିଧାରେ ଓ ଶୃଙ୍ଖଳିତ ଭାବରେ ମନ୍ଦିର ଯାଇ ପାଣି ଲାଗି ଓ ପୂଜା କରିପାରିବେ ସେଥିପାଇଁ ଏହି ଯୋଜନାରେ ଦୃଷ୍ଟି ଦିଆଯାଇଛି।
 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking