39.1 C
Bhubaneswar
Friday, April 26, 2024
Homeଓଡିଶାପରିବାର ୫ ସଦସ୍ୟଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା : ବଡ଼ ଭାଇର ମୃତ୍ୟୁ

ପରିବାର ୫ ସଦସ୍ୟଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା : ବଡ଼ ଭାଇର ମୃତ୍ୟୁ

ଝାରସୁଗୁଡା : ସାନ ଭାଇର ମୃତ୍ୟୁରେ ଭାଙ୍ଗିପଡି ଆତ୍ମହତ୍ୟା ଉଦ୍ୟମ କରିଥିବା ଝାରସୁଗୁଡା ଲହଣ୍ଡାବୁଡ଼ର ୫ ଜଣ ସଦସ୍ୟଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଯାଇଛି । ମୃତକ ଜଣକ ଶ୍ରୀକାନ୍ତ ବିଶ୍ୱାଳ ହୋଇଥିବାବେଳେ ସେ ପରିବାରର ବଡ ଭାଇ ବୋଲି ଜଣାପଡିଛି । ଅବସ୍ଥା ଗୁରୁତର ହେବାରୁ ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ଝାରସୁଗୁଡ଼ାରୁ ବୁର୍ଲାକୁ ସ୍ଥାନାନ୍ତର କରାଯାଇଥିଲା । କିନ୍ତୁ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଛି । ଗତ ୧ ତାରିଖରେ ସାନ ଭାଇ ଦୀପକ ବିଶ୍ୱାଳଙ୍କର ମୃତ୍ୟୁ ହେବା ପରେ ଦୁଃଖରେ ଭାଙ୍ଗିପଡି ପରିବାରର ସଦସ୍ୟ ମା ପୁଷ୍ପବତୀ,ଭାଇ ଶ୍ରୀକାନ୍ତ (୩୩) ଭଉଣୀ ଲିଲି (୩୮), ପିଙ୍କି(୩୦), ବନ୍ଦିତା( ୩୫) ବିଷପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ପଡୋଶୀମାନେ ଏ ବାବଦରେ ଜାଣିବା ପରେ ପୁଲିସକୁ ଖବର ଦେଇଥିଲେ । ପୁଲିସ ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା । ତେବେ ଲିଲି ଓ ଶ୍ରୀକାନ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା । ଆଜି ଶ୍ରୀକାନ୍ତଙ୍କର ମୃତ୍ୟୁ ହୋଇଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking